Monday, May 25, 2026
42.7 C
Odisha

    ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା: ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥି ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକଙ୍କୁ ମଧ୍ୟ ଆଶ୍ବସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ବସ୍ତି ମିଳିଥିବା ବେଳେ ଅନ୍ୟ ୩ଟି ମାମଲରେ ଆସନ୍ତାକାଲି ଶୁଣାଣି ହେବ।

    ସୂଚନାଯୋଗ୍ୟ, ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ପୂର୍ବରୁ ୫ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ୫ ଜଣ କହିଛନ୍ତି। ଗତମାସ ୧୮ ତାରିଖରେ ୩ ଜଣ ଓ ୧୦ ତାରିଖ ଦିନ ୨ ଜଣ ଏତଲାକାରୀ (ଲକ୍ଷ୍ମୀଧର ନାୟକ ଓ ପ୍ରଭାତ କୁମାର ନାୟକ) କହିଥିଲେ ଯେ, ପ୍ରଦୀପଙ୍କୁ କୌଣସି ପ୍ରକାର ଅର୍ଥ ନେଣଦେଣ ହୋଇ ନାହିଁ। ଗତମାସ ୧୦ ତାରିଖରେ ୨ ଜଣ ଅଭିଯୋଗକାରୀ ସେମାନଙ୍କୁ ବିଜେଡି ଓ ପ୍ରଶାସନର ଚାପ ଯୋଗୁଁ ଏଭଳି ଏତଲା ଦେଇଥିଲେ ବୋଲି ମାଜିଷ୍ଟ୍ରେଟଙ୍କ ଆଗରେ ପ୍ରଦୀପଙ୍କ ଓକିଲ କହିଥିଲେ।

    ସାଂସଦ ଓ ବିଧାୟକଙ୍କ ମାମଲା ବିଚାରଣା ପାଇଁ ରହିଥିବା ସ୍ବତନ୍ତ୍ର କୋର୍ଟ ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଗ୍ରାମାଞ୍ଚଳ) ଜୁଏଲ୍‌ ପଟ୍ଟନାୟକଙ୍କ କୋର୍ଟରେ ଏହି ମାମଲାର ବିଚାରଣା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଦୁଇଟି ଟଙ୍କା ଠକେଇ ମାମଲା ଜିଆର୍‌-୨୨୨୫/୨୦ର ଏତଲାକାରୀ ଲକ୍ଷ୍ମୀଧର ନାୟକ ଓ ଜିଆର୍‌-୬୨/୨୧ର ଏତଲାକାରୀ ପ୍ରଭାତ ନାୟକ ନିଜର ସାକ୍ଷ୍ୟ ଦେଇଥିଲେ। ଏତଲା ବୟାନ ବଦଳାଇ ଉଭୟ ଏତଲାକାରୀ ଏହା କୋର୍ଟରେ କହିଥିବା ସାଂସଦଙ୍କ ଓକିଲ ଦୀପକ ପଟ୍ଟନାୟକ ଓ ଅସିତ ଶତପଥୀ କହିଛନ୍ତି। ବିଚାରଣା ଆରମ୍ଭ ହେବା କ୍ଷଣି ଏତଲାକାରୀଙ୍କ ଏଭଳି ବୟାନ୍‌ ମାମଲାର ସତ୍ୟତା ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି। ପ୍ରକାଶ ଥାଉ କି ପୂର୍ବରୁ ଏହି ଦୁଇଜଣଙ୍କ ସମେତ ୪ଜଣ ଏତଲାକାରୀ ଗତ ମେ’ରେ କୋର୍ଟରେ ସତ୍ୟପାଠ ଦାଖଲ କରି ମାମଲା ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ।

    ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଟଙ୍କା ଠକେଇ ନେଇ ଗୋପାଳପୁରର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ବ୍ରହ୍ମପୁର ସାଂସଦ ପ୍ରଦୀପଙ୍କ ନାମରେ ଅଭିଯୋଗ ହୋଇଥିଲା। ପ୍ରଥମେ କ୍ରାଇମ୍‌ବ୍ରାଞ୍ଚ ନିକଟରେ ଅଭିଯୋଗ ପରେ କଟକ ସାଇବର୍‌ ଥାନାରେ ମାମଲା ରୁଜୁ ହୋଇଥିଲା। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଗତ ୨୦୨୦ ନଭେମ୍ବରରେ ବ୍ରହ୍ମପୁର ଆସିଥିଲା। ତଦନ୍ତ ପରେ ପର୍ଯ୍ୟାୟ କ୍ରମେ ପ୍ରଦୀପଙ୍କ ନାମରେ ୫ଟି ଠକେଇ ମାମଲା ରୁଜୁ ହୋଇଥିଲା। ୪ଟି ମାମଲା ଗୋଳନ୍ଥରା ଥାନା (ଜିଆର୍‌ ନମ୍ବର-୨୨୨୫/୨୦, ୨୨୬୮/୨୦, ୬୨/୨୧, ୬୭୮/୨୧)ରେ ରୁଜୁ ହୋଇଥିବା ବେଳେ ଗୋଟିଏ ବୈଦ୍ୟନାଥପୁର ଥାନା (ଜିଆର୍‌ ନମ୍ବର-୫୧୧/୨୧)ରେ ରୁଜୁ ହୋଇଥିଲା। ସମସ୍ତ ମାମଲାର ଚାର୍ଜଫ୍ରେମ୍‌ ସରିବା ପରେ ଆଜିଠାରୁ ବିଚାରଣା ଆରମ୍ଭ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    42.7 ° C
    42.7 °
    42.7 °
    13 %
    2.8kmh
    40 %
    Mon
    41 °
    Tue
    45 °
    Wed
    46 °
    Thu
    47 °
    Fri
    45 °

    ସମ୍ବନ୍ଧିତ