Thursday, March 26, 2026
37.1 C
Odisha

    ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

    ଆଗକୁ ପଢନ୍ତୁ

    କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବାରୁ ଡ୍ରାଇଭର ଷ୍ଟିଅରିଂରେ ଚାପି ହୋଇ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଘଟଗାଁ ଏବଂ ଘଷିପୁରା ଅଗ୍ନିଶମବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ତେବେ ଗୁରୁବାର ଭୋର୍‌ ସମୟରେ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଲୋକେ ଖବର ଏନ୍‌ଏଚ୍‌ ଆମ୍ବୁଲାନ୍ସକୁ ଫୋନ କରି ଏନେଇ ଜଣାଇଥିଲେ। ଦୁର୍ଘଟଣାକୁ ନେଇ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    19 %
    2.7kmh
    2 %
    Thu
    37 °
    Fri
    40 °
    Sat
    40 °
    Sun
    41 °
    Mon
    41 °

    ସମ୍ବନ୍ଧିତ