Saturday, March 14, 2026
35.3 C
Odisha

    ତଳମୁହାଁ ପାରଦ, ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ତଳମୁହାଁ ପାରଦ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ବି ନିସ୍ତାର ମିଳୁନି । ଲଗାତାର ଭାବେ ପାରଦ ହ୍ରାସ ପାଇଚାଲିଛି । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା । କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବର ଓ କଟକ ସହରର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀକୁ ଖସିଛି। ଶିମିଳିପାଳରେ ୪ ଡିଗ୍ରୀକୁ ଖସିଲା ତାପମାତ୍ରା। ଆହୁରି ଦୁଇ ଦିନ ରାଜ୍ୟରେ ଏମିତି ଥଣ୍ଡା ଲହରୀ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସକାଳ ୫ଟା ୫୦ରେ ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୧୪.୨ ଡିଗ୍ରୀ ରେକର୍ଡ କରାଯାଇଛି। ଅନ୍ୟ ପଟେ ଘନ କୁହୁଡ଼ି ଜନ ଜୀବନକୁ ଅସ୍ତ ବ୍ୟସ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.3 ° C
    35.3 °
    35.3 °
    10 %
    0.5kmh
    0 %
    Sat
    38 °
    Sun
    38 °
    Mon
    38 °
    Tue
    37 °
    Wed
    37 °

    ସମ୍ବନ୍ଧିତ