ଦିନକରେ ୩.୪୯ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୩.୪୯ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଦିନକରେ ୩.୪୯ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଛି। ଦୈନିକ ସଂକ୍ରମଣ ବିରାଟ ସମସ୍ୟା ପାଲଟିଛି। ଦିନକରେ ୩ ଲକ୍ଷ ୪୯ ହଜାର ୬୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ମୋଟ ପଜିଟିଭ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ ହଜାର ୧୭୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨,୭୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି।

୨୪ ଘଣ୍ଟାରେ ୨ ଲକ୍ଷ ୧୭ ହଜାର ୧୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ଦେଶରେ ୨୬ ଲକ୍ଷ ୮୨ ହଜାର ୭୫୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।