Monday, March 9, 2026
31.7 C
Odisha

    ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ

    ଆଗକୁ ପଢନ୍ତୁ

    ଯାଜପୁର: ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ । ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି।

    ସେହିପରି ଗତକାଲି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ନିଲମ୍ବିତ ହୋଇଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ସସପେଣ୍ଡ କରିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ପ୍ରଥମ ଥର ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ । ସେହିପରି ୨୦୧୪ରେ ସନାତନ ମହାକୁଡ଼ ଚମ୍ପୁଆ ଆସନରୁ ସ୍ବାଧୀନ ଭାବେ ଓ ୨୦୨୪ରେ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ । ତେବେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ବିଧାୟକଙ୍କୁ ନିଲମ୍ବନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.7 ° C
    31.7 °
    31.7 °
    43 %
    1.3kmh
    4 %
    Mon
    37 °
    Tue
    38 °
    Wed
    39 °
    Thu
    39 °
    Fri
    40 °

    ସମ୍ବନ୍ଧିତ