ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩,୦୬୮ କରୋନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩,୦୬୮ କରୋନା ରୋଗୀ
ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩,୦୬୮ କରୋନା ରୋଗୀ

ନୂଆଦିଲ୍ଲୀ, ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩,୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୪୬ ହଜାର ୮୪୬ରେ ପହଞ୍ଚିଛି।

ଅନ୍ୟପଟେ ୨୪ ଘଣ୍ଟାରେ ୩୩୬ ଜଣଙ୍କ ମୃତ୍ୟୁ ହୋଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୦୯୨କୁ ବୃଦ୍ଧି ପାଇଛି। ତେବେ ଦେଶରେ ୨ ଲକ୍ଷ ୮୧ ହଜାର ୯୧୯ଟି କରୋନା ସକ୍ରିୟ ମାମଲା ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୭ ଲକ୍ଷ ୧୭ ହଜାର ୮୩୪ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୁଚନା ଦିଆଯାଇଛି।