Thursday, February 12, 2026
31.4 C
Odisha

    ଦଶ ହଜାର ହିତାଧିକାରୀ ପାଇଲେ ଜମି ପଟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ଦଶ ହଜାର ସିକିମ ରୟତ ଚାଷୀମାନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଜନସାଧାରଣଙ୍କ ସମସ୍ୟାର ସମାଧାନ ଉପରେ ତାଙ୍କ ସରକାର ସର୍ବାଧିକ ପ୍ରାଥମିକତା ଦେଇ ଆସିଛି। ସିକିମ ରୟତମାନଙ୍କର ସମସ୍ୟା ବହୁ ଦିନର ସମସ୍ୟା ଥିଲା। ଜମି ଉପରେ ସେମାନଙ୍କ ଅଧିକାର ନ ଥିବାରୁ ସେମାନଙ୍କର ଆର୍ଥିକ ଓ ସାମାଜିକ ଜୀବନ ପ୍ରଭାବିତ ହେଉଥିଲା । ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମରେ ମଧ୍ୟ ସେମାନେ ଲାଭ ପାଇପାରୁନଥିଲେ। ସିକିମ ରୟତମାନଙ୍କର ଶହ ଶହ ବର୍ଷର ସମସ୍ୟାର ସମାଧାନକୁ ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରି ଲୋକମାନଙ୍କର ଖୁସି ହିଁ ତାଙ୍କର ସବୁଠାରୁ ବଡ ପୁରସ୍କାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.4 ° C
    31.4 °
    31.4 °
    17 %
    2.3kmh
    0 %
    Thu
    30 °
    Fri
    32 °
    Sat
    34 °
    Sun
    34 °
    Mon
    35 °

    ସମ୍ବନ୍ଧିତ