ଭୁବନେଶ୍ୱର: ଦୀପାବଳି ପାଇଁ ଗାଇଡଲାଇନ ଜାରି କରିଛି କମିଶନରେଟ ପୁଲିସ। ଏନେଇ ଭୁବନେଶ୍ବର ଡିସିପି ପିନାକ ମିଶ୍ର କହିଛନ୍ତି ସୁପ୍ରିମକୋର୍ଟର ନିୟମ ଅନୁଯାୟୀ ବାଣ ଫୁଟାଯିବ। ବିପଦଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ପାଇଁ ବାରଣ କରାଯାଇଛି । ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି । ବର୍ତ୍ତମାନ ସୁଦ୍ଧା ୨୫ଟି ସ୍ଥାନରେ ବିଏମସି ସହମତିରେ ବାଣ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି ।
ଭୁବନେଶ୍ବରରେ ଲାଇସେନ୍ସ ପାଇଁ ଏଯାବତ ୪୬୫ ଜଣ ଦୋକାନୀ ଆବେଦନ କରିଛନ୍ତି । ସେଥି ମଧ୍ୟରୁ ୨ ଶହ ଜଣଙ୍କୁ ଲାଇସେନ୍ସ ପ୍ରଦାନ ସରିଲାଣି। ଅନ୍ୟମାନଙ୍କୁ ବର୍ତ୍ତମାନ ବିଭିନ୍ନ ସର୍ତ୍ତ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେ ସବୁ ସର୍ତ୍ତ ପାଳନ ପରେ ତାଙ୍କୁ ମଧ୍ୟ ଲାଇସେନ୍ସ ପ୍ରଦାନ କରାଯିବ । ଲାଇସେନ୍ସ ମୁତାବକ ପ୍ରତେକ ଦୋକାନରେ ୩ ଶହ କେଜି ବାଣ ଜଣେ ଦୋକାନୀ ରଖିପାରିବେ । ଦୁଇଟି ବାଣ ଦୋକାନ ମଝିରେ ୩ ମିଟର ବ୍ୟବଧାନ ରହିବ । ଦୋକାନ ବାହାରେ ୫୦ ମିଟର ଖାଲି ସ୍ଥାନ ରହିବ । ଅଗ୍ନିଶମ ବିଭାଗ ଓ ବିଏମସିର ସମସ୍ତ ନିୟମ ପାଳନ କରିବାକୁ ଦୋକାନୀ ବାଧ୍ୟ। କୌଣସି ନିୟମର ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ।
Home ଦୀପାବଳି ପାଇଁ ଗାଇଡଲାଇନ୍ ଜାରି କଲା କମିଶନରେଟ ପୁଲିସ୍