Friday, April 17, 2026
26.4 C
Odisha

    ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ। ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିବା ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଦଳ ଓଡ଼ିଶାରେ ପହଞ୍ଚିଛି। ଏୟାରପୋର୍ଟରେ ପହଞ୍ଚିବା ପରେ ଭାରତୀୟ ହକି ଦଳକୁ ପାରମ୍ପରିକ ନୃତ୍ୟଗୀତରେ ଭବ୍ୟ ସ୍ବାଗତ କରାଯାଇଥିଲା। ଏହାପରେ ବିମାନ ବନ୍ଦରରୁ ଖୋଳାଳିମାନଙ୍କୁ ଏକ ବିଶାଳ ରୋଡ଼ ସୋ’ରେ କଳିଙ୍ଗ ଷ୍ଟାଡିୟମକୁ ଅଣାଯାଇଥିଲା। ସେଠାରେ ଫଟୋସୁଟ୍‌ କରାଯାଇଥିଲା। ପରେ ଲୋକସେବା ଭବନ କନଭେନ୍ସନ୍ ସେଣ୍ଟରରେ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭାରତୀୟ ହକି ଦଳ କ୍ରମାଗତ ଦୁଇଟି ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରି ଏକ ବିରଳ ସଫଳତା ଅର୍ଜନ କରିଛି। ଏହାପୂର୍ବରୁ ଭାରତ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ କାଂସ୍ୟ ପଦକ ଜିତିଥିଲା। କାଂସ୍ୟ ପଦକ ଜିତିବାର ଗୋଟିଏ ଦନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଥିଲେ ଓ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ୧୫ ଲକ୍ଷ ଓ ପ୍ରତ୍ୟେକ ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର ଦେବାକୁ ଘୋଷଣା କରିଥିଲେ। ଏଥିସହ ଭାରତୀୟ ଦଳର ସଦସ୍ୟ ତଥା ଓଡ଼ିଆ ତାରକା ଡିଫେଣ୍ଡର ଅମିତ ରୋହିଦାସଙ୍କୁ ୪ କୋଟି ଟଙ୍କା ପ୍ରଦାନ କରିବାକୁ ସେ ଘୋଷଣା କରିଥିଲେ। ଭାରତୀୟ ଟିମରେ ସେ ଷ୍ଟ୍ରାଇକର ଭାବରେ ସାମିଲ ହୋଇଥିଲେ । ଏହାପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ ଭାରତୀୟ ଟିମର ଅଂଶ ଥିଲେ ଅମିତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.4 ° C
    26.4 °
    26.4 °
    56 %
    0.9kmh
    0 %
    Fri
    42 °
    Sat
    43 °
    Sun
    43 °
    Mon
    44 °
    Tue
    42 °

    ସମ୍ବନ୍ଧିତ