Saturday, May 16, 2026
38.2 C
Odisha

    ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୪ ଅଭିଯୁକ୍ତ ଫେରାର

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଦୁଇ ନାବାଳିକା ଏକ ଶୁଭକାର୍ଯ୍ୟରେ ଯାଇଥିବା ବେଳେ ୪ ଜଣ ଯୁବକ ସେମାନଙ୍କ ବାହାରକୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ । ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ​କରାଯିବା ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି ।

    ସୂଚନା ଅନୁସାରେ, ଦୁଇ ନାବାଳିକା ଏକ ଶୁଭକାର୍ଯ୍ୟକୁ ଯାଇଥିବା ବେଳେ ୪ ଜଣ ଯୁବକ ସେମାନଙ୍କ ବାହାରକୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ । ଗଣଦୁଷ୍କର୍ମ ପରେ ପୁଣି ସେହି ଶୁଭକାର୍ଯ୍ୟ ସ୍ଥାନରେ ନାବାଳିକାଙ୍କୁ ଛାଡି ଦେଇଥିଲେ । ଗଣ ଦୁଷ୍କର୍ମ ନେଇ ପୀଡ଼ିତାଙ୍କ ପରିବାର ଲୋକେ ଜାଣିବା ପରେ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଗଣଦୁଷ୍କର୍ମ ପରେ ଫେରାର ହୋଇଯାଇଛନ୍ତି ଅଭିଯୁକ୍ତ ୪ ଯୁବକ । ୪ ଯୁବକଙ୍କୁ ଧରିବା ପାଇଁ ଗୋଳନ୍ଥରା ଥାନା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.2 ° C
    38.2 °
    38.2 °
    30 %
    1.5kmh
    64 %
    Sat
    41 °
    Sun
    42 °
    Mon
    45 °
    Tue
    47 °
    Wed
    45 °

    ସମ୍ବନ୍ଧିତ