Saturday, May 30, 2026
26.6 C
Odisha

    ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଗିରଫ

    ଆଗକୁ ପଢନ୍ତୁ

    କୋରାପୁଟ : କୋରାପୁଟ ପୁଲିସକୁ ମିଳିଛି ବଡ ସଫଳତା। ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁଟ ପୁଲିସ ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ଗିରଫ କରିଛି । ମାଓବାଦୀ ହିଡମା ଛତିଶଗଡ଼ର ବିଜାପୁର ଜିଲ୍ଲା ଉସୁର ଥାନା ଅଞ୍ଚଳର ନିବାସୀ ବୋଲି କୋରାପୁଟ ପୁଲିସ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୋରାପୁଟ ଏସପି ରୋହିତ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ତା’ ନିକଟରୁ ଗୋଟିଏ ଏକେ-୪୭ ରାଇଫଲ୍, ୩୫ ରାଉଣ୍ଡ ଗୁଳି, ୨୭ଟି ଇଲେକ୍ଟ୍ରିକ୍ ଡିଟୋନେଟର୍, ୯୦ଟି ନନ୍-ଇଲେକ୍ଟ୍ରିକ୍ ଡିଟୋନେଟର୍, ୨ କି.ଗ୍ରା. ଗନ ପାଉଡର୍, ମାଓବାଦୀ ପୁସ୍ତିକା ସମେତ ଅନ୍ୟାନ୍ୟ ଅପରାଧିକ ସାମଗ୍ରୀ ଜବତ କରାଯାଇଛି।ଏସପି ଶ୍ରୀ ବର୍ମାଙ୍କ ସୂଚନା ମୁତାବକ, ୨୮ ମଇ, ୨୦୨୫ ରାତିରେ ବୈପାରୀଗୁଡା ଥାନା ଅଧୀନ ପେଟଗୁଡା ଗାଁ ନିକଟସ୍ଥ ଜଙ୍ଗଲରେ କିଛି ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ଗୁଇନ୍ଦା ସୂଚନା ମିଳିଥିଲା। ଏସଡିପିଓ ଜୟପୁର ଶ୍ରୀ ପାର୍ଥ କଶ୍ୟପଙ୍କ ନେତୃତ୍ୱରେ ଡିଭିଏଫ ଯବାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଚଢାଉ ଆରମ୍ଭ ହୋଇଥିଲା। ଘଟଣାସ୍ଥଳରେ ମାଓବାଦୀମାନେ ଖସି ପଳାଇବାକୁ ଉଦ୍ୟମ ଆରମ୍ଭ କରି ଡିଭିଏଫ ଟିମ ଉପରେ ଗୁଳି ଚଳାଇଥିଲେ। ଆତ୍ମରକ୍ଷା ପାଇଁ ଡିଭିଏଫ ଦଳ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲେ। ଘଟଣାସ୍ଥଳରୁ କିଛି ମାଓବାଦୀ ଖସି ପଳାଇଥିବା ବେଳେ ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଧରା ପଡିଯାଇଥିଲା ।

    ସୂଚନାଯୋଗ୍ୟ, ୨୦୨୧ରେ ଛତିଶଗଡର ଚାନ୍ଦମେଟା, ୨୦୨୩ରେ କୋଲେଙ୍ଗଡବା, ୨୦୨୦ରେ ଓଡିଶାର କୋଣ୍ଡାଝରି, ଏବଂ ୨୦୨୧ରେ କୁମ୍ଭିଖରିରେ ହୋଇଥିବା ମାଓବାଦୀ ଘଟଣାରେ ହିଡମାର ପ୍ରତ୍ୟକ୍ଷ ସମ୍ପୃକ୍ତି ରହିଥିଲା। ଏହାସହ ଓଡିଶାରେ କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନାରେ ୪ଟି ମାମଲା, ମାଲକାନଗିରି ଜିଲ୍ଲାର ମାଥିଲି ଥାନାରେ ୩ଟି ମାମଲା ରହିଛି। ଏହାବ୍ୟତୀତ ଏକାଧିକ ମାଓବାଦୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଘଟିଥିବା ଗୁଳି ବିନିମୟ ଘଟଣାରେ ହିଡମା ଜଡିତ ଥିବା ପୁଲିସ ସୂଚନା ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.6 ° C
    26.6 °
    26.6 °
    80 %
    3.3kmh
    100 %
    Sat
    27 °
    Sun
    39 °
    Mon
    40 °
    Tue
    41 °
    Wed
    43 °

    ସମ୍ବନ୍ଧିତ