Tuesday, January 13, 2026
20 C
Odisha

    ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଅବପାତ

    ଆଗକୁ ପଢନ୍ତୁ

    ଦାନା’ ସୁଦୃଶ ଲଘୁଚାପରେ ପରିଣତ । ଦୁର୍ବଳ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବାତ୍ୟା ଦାନା। ଆଗାମୀ ୧୨ ଘଣ୍ଟାରେ ଆହୁରି ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। । ଏହା ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଉପରେ ସକ୍ରିୟ ରହିଛି। ଦୁର୍ବଳ ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳରେ ବର୍ଷା ଲାଗିରହିବ। ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବାକି ଓଡ଼ିଶାର ସବୁ ଜିଲ୍ଲାରେ ମେଘୁଆ ପାଗ ରହିବ। ଲଘୁଚାପ ଦୁର୍ବଳ ହୋଇଥିବାରୁ ସମସ୍ତ ବନ୍ଦରକୁ ଦିଆଯାଇଥିବା ବିପଦ ସଂକେତ ଉଠାଇ ଦିଆଯାଇଛି। ଆଜି ଦିନ ତମାମ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସମୁଦ୍ର ଅଶାନ୍ତ ଥିବାରୁ ଆଜି ସଂଧ୍ୟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20 ° C
    20 °
    20 °
    35 %
    2.2kmh
    0 %
    Tue
    19 °
    Wed
    28 °
    Thu
    29 °
    Fri
    29 °
    Sat
    30 °

    ସମ୍ବନ୍ଧିତ