Monday, December 8, 2025
13.6 C
Odisha

    ଦେଶକୁ ଆଗେଇ ନେବାରେ ଛାତ୍ରୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ବିଶ୍ବବିଦ୍ୟାଳୟ ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ଖୁସି ଲାଗୁଛି। ଛାତ୍ରୀମାନେ ପୂର୍ବରୁ ପଛରେ ଥିଲେ, ଏବେ ସେମାନେ ଆଗକୁ ବଢୁଛନ୍ତି। ଦେଶକୁ ଆଗେଇ ନେବାରେ ଅର୍ଥାତ ଆର୍ଥିକ, ସାମାଜିକ ଅଗ୍ରଗତି କ୍ଷେତ୍ରରେ ଛାତ୍ରୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ।
    ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରୀ ଭାବେ ମୁଁ ନିଜକୁ ଗୌରାବାନ୍ବିତ କରୁଛି। ଏହି ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ କେବଳ ଭାରତରେ ନୁହେଁ। ବିଶ୍ବରେ ମଧ୍ୟ ସୁନାମ ଆଣିଛନ୍ତି। କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଜ୍ଞାନପୀଠ ପୁରସ୍କାର ବିଜୟିନୀ ଡ. ପ୍ରତିଭା ରାୟ, ଭାରତ ସରକାରଙ୍କ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ ପ୍ରମୁଖ ଏହି ବିଶ୍ବବିଦ୍ୟାଳୟର ଛାତ୍ର ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    13.6 ° C
    13.6 °
    13.6 °
    39 %
    1.2kmh
    91 %
    Mon
    26 °
    Tue
    26 °
    Wed
    26 °
    Thu
    26 °
    Fri
    26 °

    ସମ୍ବନ୍ଧିତ