Wednesday, May 20, 2026
29.9 C
Odisha

    ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ, ଓଡିଶାର ୬,୭୯୮ଟି ଗ୍ରାମ ପଞ୍ଚାୟତଟି ମଧ୍ୟରୁ ୪୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୭୫୦ ଟି ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟକ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ। ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି। ସମସ୍ତ ସରକାରୀ ସୁବିଧା ସିଧା ସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେଉଛି। ସେଥିପାଇଁ ମୋ ରାଜ୍ୟର ସବୁ ହିତାଧିକାରୀ ସୁବିଧାରେ ଓ ଠିକ୍‌ ସମୟରେ ତାଙ୍କ ପ୍ରାପ୍ୟ ପାଆନ୍ତୁ। କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କ ଗୁଡିକ ଖୋଲାଗଲା। ଏ ଦିଗରେ ବ୍ୟାଙ୍କ ଗୁଡିକ ଭଲ ଭାବେ କାମ କରିବ। ‘ଆମ ବ୍ୟାଙ୍କ’ ରାଜ୍ୟ ସରକାରଙ୍କ ଏକ ଅଭିନବ ପଦକ୍ଷେପ। ସାରା ଦେଶରେ ଏକ ମଡେଲ। ବ୍ୟାଙ୍କ ଗୁଡିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଗାଁମାନଙ୍କରେ ଡିଜିଟାଲ ଭିତ୍ତିଭୂମିକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତିକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ଏକ କଲ୍ୟାଣକାରୀ ରାଜ୍ୟ ଭାବରେ ସମସ୍ତ ନାଗରିକମାନଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତିକରଣରେ ସାମିଲ କରିବା ଆମର ମୁଖ୍ୟ ଦାୟିତ୍ୱ। ଓଡିଶା ଆଜି ଯେଉଁ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ଯୋଗାଇ ଦେଉଛି, ତାହା ଜାତୀୟ ସ୍ତରରେ ଉଦାହରଣ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.9 ° C
    29.9 °
    29.9 °
    34 %
    1.5kmh
    58 %
    Wed
    45 °
    Thu
    45 °
    Fri
    45 °
    Sat
    45 °
    Sun
    43 °

    ସମ୍ବନ୍ଧିତ