Wednesday, April 8, 2026
24.2 C
Odisha

    ଧନୁଯାତ୍ରା ଲାଗି ଅନୁଦାନ ରାଶି ଦେଢ଼ କୋଟିକୁ ବୃଦ୍ଧି କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର/ବରଗଡ଼: ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ଦେଢ଼ କୋଟିକୁ ବୃଦ୍ଧି କରିଛନ୍ତି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଓଡ଼ିଶା ସରକାରଙ୍କ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

    ସେ କହିଛନ୍ତି, ଧନୁଯାତ୍ରା ରେ ଏଥର ଓଡ଼ିଆ ଅସ୍ମିତାର ଝଲକ ଦେଖିବାକୁ ମିଳିବ। ଏହି ବର୍ଦ୍ଧିତ ଅନୁଦାନ ପାଇଁ ପ୍ରମୁଖ ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ମିଳିବ। ଧନୁଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ ହୋଇଛି। ସେହିପରି ଧନୁଯାତ୍ରା ସମ୍ପର୍କିତ ସମସ୍ତ ତଥ୍ୟ ଲାଗି ସରକାର ସ୍ୱତନ୍ତ୍ର ୱେବସାଇଟ୍ ନିର୍ମାଣ କରୁଥିବା ବେଳେ ରାଜ୍ୟବ୍ୟାପି ଏଲ୍ଇଡି ପରଦାରେ ଧନୁଯାତ୍ରାର ସିଧାପ୍ରସାରଣ ପାଇଁ ମଧ୍ୟ ପଦକ୍ଷେପ ନେଇଛନ୍ତି।

    ଏଥର ସ୍ବୟଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ଧନୁଯାତ୍ରା ଦେଖିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ୮ ତାରିଖରେ ନିଜେ ଘୋଷଣା କରିଛନ୍ତି। ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ ସେ ଏହି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ବରଗଡ଼ ଧନୁଯାତ୍ରା କମିଟି ମହଲରେ ଖୁସିର ଲହରି ଦେଖାଯାଇଛି। ଏହାର କାରଣ ହେଲା ଦୀର୍ଘ ୨୩ ବର୍ଷର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀ ଧନୁଯାତ୍ରାରେ ଯୋଗଦେବେ। ବରଗଡ଼ ଧନୁଯାତ୍ରାରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ୨୦୦୨ରେ ଯୋଗ ଦେଇଥିଲେ। ଏହା ପୂର୍ବରୁ ୧୯୯୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ୧୯୭୦ରେ ରାଜେନ୍ଦ୍ର ନାରାୟଣ ସିଂହଦେଓ ବରଗଡ଼ ଧନୁଯାତ୍ରାରେ ଯୋଗ ଦେଇଥିଲେ।
    ଏଣେ ଆସନ୍ତା ୩ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଏହି ୧୧ ଦିବସୀୟ ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ମୁକ୍ତାକାଶ ରଂଗମଞ୍ଚ ପୁଣି ଥରେ ମହାରାଜ କଂସଙ୍କ ସଂଳାପରେ ଗଗନ ପବନ ପ୍ରକମ୍ପିତ ହେବ। ବରଗଡ଼ରେ ମହାରାଜ କଂସଙ୍କ ରାଜୁତି ଚାଲିବ। ଏହି ଯାତ୍ରାକୁ ଅଧିକ ପ୍ରଚାର ପ୍ରସାର କରିବା ପାଇଁ ରାଜ୍ୟ ସରକାର ଏକାଧିକ ପଦକ୍ଷେପ ନେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ