Tuesday, September 29, 2026
24.9 C
Odisha

    ନବ ଦାସ ହତ୍ୟାକାଣ୍ଡ ମାମଲା, ସରକାର ଖୁବ୍ ଶୀଘ୍ର ନିଷ୍ପତ୍ତି ନେବେ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ନବ ଦାସ ହତ୍ୟାକାଣ୍ଡ ମାମଲାରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ। ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆହୁରି କହିଛନ୍ତି, ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ, ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇ ଯାଇଛି। ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି  ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ।

    ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ଏ ଘଟଣା ନବୀନ ସରକାରଙ୍କ ସମୟରେ ଘଟିବା ସହ ସେତେବେଳେ ତଦନ୍ତ ନେଇ ମୁହଁ ଖୋଲିନଥିବା ଦୀପାଳି ଏବେ ସିବିଆଇ ତଦନ୍ତ ଦାବି କରିଛନ୍ତି। କିନ୍ତୁ ସରକାରଙ୍କୁ ଏନେଇ ଲିଖିତ ଅନୁରୋଧ କରିନାହାନ୍ତି।

    ଏହାକୁ ନେଇ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ, ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.9 ° C
    24.9 °
    24.9 °
    83 %
    1.1kmh
    11 %
    Tue
    25 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ