Tuesday, March 3, 2026
33.9 C
Odisha

    ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

    ଆଗକୁ ପଢନ୍ତୁ

    ନୂଆପଡା  : ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଗୋଟମା ଏୟାରଷ୍ଟ୍ରପ୍‌ରେ ପହଞ୍ଚଛନ୍ତି। ପ୍ରଭାରୀ ବିଜୟପାଲ ସିଂ ତୋମାର, ମନ୍ତ୍ରୀ ସୁରେଶ ପୂଜାରୀ, ବିଧାୟକ ଆକାଶ ଦାସ ନାୟକ ବି ପହଞ୍ଚଛନ୍ତି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ। ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି।ସୁନାବେଡ଼ାକୁ ଯିବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ ହୋଇଛି। ଗୋଟମା ଏୟାରଷ୍ଟ୍ରିଫ୍‌ରେ ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି।ଗତକାଲି ଅର୍ଥାତ୍‌ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବିମାନ ଯାଞ୍ଚ କରାଯାଇଥିଲା। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ ତରଫରୁ ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଥିଲା।

    ସେହିପରି ଶୁକ୍ରବାର ନୂଆପଡ଼ା ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ ମଧ୍ୟ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.9 ° C
    33.9 °
    33.9 °
    11 %
    3.6kmh
    6 %
    Tue
    35 °
    Wed
    37 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ