Saturday, July 27, 2024
24.5 C
Odisha

    ପାକିସ୍ତାନରେ ଥମୁନି ଆକ୍ରମଣ

    ଆଗକୁ ପଢନ୍ତୁ

    ପାକିସ୍ତାନରେ ଥମୁନି ଆକ୍ରମଣ । ପୋର୍ଟ ପରେ ଏବେ ଏୟାରବେସକୁ ଟାର୍ଗେଟ କରିଛନ୍ତି ବେଲୁଚିସ୍ତାନର ଆତଙ୍କବାଦୀ ସଂଗଠନ । ବେଲୁଚିସ୍ତାନ ଲିବରେସନ ଆର୍ମି ପକ୍ଷରୁ ପାକିସ୍ତାନର ଦ୍ୱିତୀୟ ସବୁଠୁ ବଡ଼ ନେବଲ ଏୟାରବେସ୍ ଉପରେ ବଡ଼ ଧରଣର ଆକ୍ରମଣ କରାଯାଇଛି । ବି.ଏଲ.ଏ ମଜିଦ ବିଗ୍ରେଡର ଆତଙ୍କବାଦୀମାନେ ଏୟାର ବେସରେ ପ୍ରବେଶ କରିବା ସହ ବିସ୍ଫୋରଣ କରିଛନ୍ତି । ଏଥିସହ ଆଖିବୁଜା ଗୁଳି ଚାଳନା ମଧ୍ୟ କରାଯାଇଛି । ଏହି ଆକ୍ରମଣରେ ମୃତାହତ ନେଇ କୌଣସି ସୂଚନା ମିଳି ନଥିବା ବେଳେ ଏଥିପାଇଁ ବେଲୁଚିସ୍ତାନ ଲିବରେସନ ଆର୍ମୀ ନିଜକୁ ଦାୟୀ କରିଛି । ବେଲୁଚିସ୍ତାନରେ ଚୀନର ନିବେଶକୁ ବିରୋଧ କରି ଆସୁଛି ଏହି ସଂଗଠନ । ଯାହାକୁ ନେଇ ପାକିସ୍ତାନ ଉପରେ ବାରମ୍ବାର ଆକ୍ରମଣ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ