Tuesday, July 1, 2025
23.3 C
Odisha

    ପାଣିକୁ ଖସିଲା ଟ୍ରାକ୍ଟର୍‌-ଟ୍ରଲି: ମହିଳା ଓ ପିଲାଙ୍କ ସମେତ ୧୫ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କାସଗଞ୍ଜ ଜିଲ୍ଲାରେ ଗଙ୍ଗାସ୍ନାନ ପାଇଁ ଗ୍ରାମବାସୀଙ୍କୁ ନେଇ ଯାଉଥିବା ଗୋଟାଏ ଟ୍ରାକ୍ଟର୍‌-ଟ୍ରଲି ଆଜି ସଡ଼କ ଦୁର୍ଘଟଣା ଯୋଗୁଁ ଜଳାଶୟରେ ଖସିପଡ଼ିବାରୁ ଅୂନ୍ୟନ ୧୫ଜଣଙ୍କର ମୃତ୍ୟୁ ଘଟିଛି। ପୂର୍ଣ୍ଣିମା ଅବସରରେ ଗଙ୍ଗାନଦୀରେ ପବିତ୍ର ବୁଡ଼ ପକାଇବା ପାଇଁ ଗ୍ରାମର ଅଧିକାଂଶ ମହିଳା ଓ ପିଲା ସେ ଟ୍ରାକ୍ଟର୍‌-ଟ୍ରଲିରେ ଯାଉଥିଲେ। ସେମାନଙ୍କ ମଧ୍ୟରୁ ୮ଜଣ ମହିଳା ଓ ୭ଜଣ ପିଲାଙ୍କର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି। ଆଜି ସକାଳ ପ୍ରାୟ ୧୦ଟା ବେଳେ କାସଗଞ୍ଜ ପଟିୟାଲୀ ଦରିୟାଓଗଞ୍ଜ ରାସ୍ତାରେ ଯାଉଥିବା ଉକ୍ତ ଟ୍ରାକ୍ଟର୍‌-ଟ୍ରଲି ଚାଳକଙ୍କ ନିୟନ୍ତ୍ରଣରୁ ବାହାରି ଯାଇ ଜଳାଶୟରେ ପଡ଼ିଯାଇଥିଲା। । ସ୍ଥାନୀୟ ଜନସାଧାରଣ ଓ ପୁଲିସ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଚଳାଇଛନ୍ତି। ଜଳାଶୟରୁ ଉଦ୍ଧାର କରାଯାଇଥିବା ଶବଗୁଡ଼ିକୁ ପଟିୟାଲୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    94 %
    2.4kmh
    100 %
    Mon
    23 °
    Tue
    25 °
    Wed
    24 °
    Thu
    29 °
    Fri
    26 °

    ସମ୍ବନ୍ଧିତ