Friday, December 12, 2025
15.9 C
Odisha

    ପୁଣି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍

    ଆଗକୁ ପଢନ୍ତୁ

    ଇସ୍ତଫା ଦେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ମାତ୍ର ୪ ମାସ ପୂର୍ବରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଚମ୍ପାଇ ସୋରେନ୍ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଜେଲରୁ ଫେରିବା ପରେ ପୁଣି ଝାଡଖଣ୍ଡର ମଙ୍ଗ ଧରିବାକୁ ଯାଉଛନ୍ତି । ପୁଣି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍ । ଆର୍ଥିକ ହେରଫେର୍‌ ମାମଲାରେ ଗିରଫ ହୋଇ ଜେଲ ଯିବା ପରେ ଜାମିନରେ ଆସିଥିଲେ ହେମନ୍ତ ସୋରେନ୍ । ଆର୍ଥିକ ହେରଫେର ମାମଲାରେ ୨୦୨୪ ଜାନୁଆରୀ ୩୧ ତାରିଖରେ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ହେବା ପୂର୍ବରୁ ହିଁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଚମ୍ପାଇ ସୋରେନ୍ । ଏବେ ହେମନ୍ତ ଜାମିନରେ ଆସିବା ପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ । ଆଉ ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ହେମନ୍ତ ସୋରେନ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.9 ° C
    15.9 °
    15.9 °
    46 %
    1.7kmh
    0 %
    Fri
    16 °
    Sat
    27 °
    Sun
    27 °
    Mon
    28 °
    Tue
    28 °

    ସମ୍ବନ୍ଧିତ