Friday, February 13, 2026
17.9 C
Odisha

    ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

    ଆଗକୁ ପଢନ୍ତୁ

    ଝାଡ଼ଖଣ୍ଡ : ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟକାରୀ ସଭାପତି ହେମନ୍ତ ସୋରେନ୍ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରାଇଛନ୍ତି। ଏହା ସହିତ ତୃତୀୟ ଥର ପାଇଁ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି। ବୁଧବାର ଦିନ ଚମ୍ପଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ହେମନ୍ତ ସୋରେନ୍ ଆଜି ଶପଥ ଗ୍ରହଣ କରିଥିବା ଜଣାପଡିଛି।ଉଲ୍ଲେଖଯୋଗ୍ୟ, ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଜୁନ ୨୯ରେ ଜେଲ୍‌ରୁ ମୁକୁଳିଥିଲେ। ଜମି ଦୁର୍ନୀତି ମାମଲା‌ ସହ ଜଡ଼ିତ ଏକ ମନି ଲଣ୍ଡରିଂ ମାମଲାରେ ସୋରେନ ଦୀର୍ଘ ୫ ମାସ ହେବ ଜେଲ୍‌ରେ ଥିଲେ। ଝାଡ଼ଖଣ୍ଡ ହାଇକୋର୍ଟ ହେମନ୍ତ ସୋରେନଙ୍କୁ ଜାମିନ ମଂଜୁର କରିବାପରେ ସେ ଜେଲ୍‌ରୁ ବାହାରିଥିଲେ।ଗତ ଜାନୁଆରି ୩୧ ତାରିଖରେ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଦ୍ବାରା ଗିରଫ ହୋଇଥିଲେ। ଗିରଫ ହେବା‌ ସମୟରେ ସୋରେନ ତାଙ୍କ ବିରୋଧରେ ଥିବା ଜମି ଦୁର୍ନୀତି ଅଭିଯୋଗକୁ ଖଣ୍ଡନ କରିଥିଲେ। ସୋରେନ କହିଥିଲେ, ବିଜେପି ନେତୃତ୍ବାଧୀନ କେନ୍ଦ୍ର ସରକାର ଦ୍ବାରା ଏହା ତାଙ୍କ ବିରୋଧରେ ଏକ ପ୍ରତିଶୋଧମୂଳକ ରାଜନୀତି। ତେବେ ହାଇକୋର୍ଟ ଗତ ଜୁନ୍‌ ୧୩ ତାରିଖରେ ସୋରେନଙ୍କ ଜାମିନ ଆବେଦନ ଉପ‌ରେ ରାୟ ସଂରକ୍ଷିତ ରଖିଥିବା ବେଳେ ଜୁନ ୨୯ରେ ଜାମିନ ମଂଜୁର କରିଥିଲେ। ଜଷ୍ଟିସ ରଙ୍ଗନ ମୁଖୋପାଧ୍ୟାୟଙ୍କ ଜଣିକିଆ ଖଣ୍ଡପୀଠ ଏହି ରାୟ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    17.9 ° C
    17.9 °
    17.9 °
    37 %
    1kmh
    70 %
    Thu
    18 °
    Fri
    32 °
    Sat
    33 °
    Sun
    34 °
    Mon
    34 °

    ସମ୍ବନ୍ଧିତ