Saturday, May 2, 2026
41.6 C
Odisha

    ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ

    ଆଗକୁ ପଢନ୍ତୁ

    ରାଉରକେଲା : ବୀରମିତ୍ରପୁର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛିମାସ ହେବ ସେ ଅସୁସ୍ଥ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ପୈତୃକ ଗାଁ ଝୁନମୁରରେ ତାଙ୍କର ଶେଷକୃତ୍ୟ କରାଯିବ ।

    ଜର୍ଜ ତୀର୍କି ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ ଚାରିଥର କରିଛନ୍ତି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    41.6 ° C
    41.6 °
    41.6 °
    13 %
    6kmh
    25 %
    Sat
    41 °
    Sun
    42 °
    Mon
    41 °
    Tue
    33 °
    Wed
    38 °

    ସମ୍ବନ୍ଧିତ