Monday, September 21, 2026
24 C
Odisha

    ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ କୋରାପୁଟ ଜିଲ୍ଲାରେ ଲୋକପ୍ରିୟତା ଅର୍ଜନ କରିଥିଲେ। ୧୯୯୦ ରୁ ୯୫ ପର୍ଯ୍ୟନ୍ତ କୋଟପାଡର ବିଧାୟକ ଭାବେ ନିର୍ବାଚିତ ହୋଇ ନିର୍ବାଚନ ମଣ୍ଡଳୀର ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଗମନାଗମନ କ୍ଷେତ୍ରରେ ଅନେକ  ପରିବର୍ତ୍ତନ ଆଣିଥିଲେ। ଅଞ୍ଚଳର ବିକାଶ ପାଇଁ ତାଙ୍କ ଯୋଗଦାନ ତାଙ୍କୁ ସବୁଦିନ ପାଇଁ ସ୍ମରଣୀୟ କରି ରଖିବ। ତାଙ୍କ ବିୟୋଗରେ କୋରାପୁଟ ଜିଲ୍ଲା ରାଜନୀତି କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    94 %
    0.9kmh
    97 %
    Mon
    24 °
    Tue
    28 °
    Wed
    27 °
    Thu
    27 °
    Fri
    28 °

    ସମ୍ବନ୍ଧିତ