Tuesday, September 15, 2026
29 C
Odisha

    ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୂର୍ବତନ ମନ୍ତ୍ରୀ ତଥା ବରଗଡ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହଙ୍କୁ ମଙ୍ଗଳବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଞ୍ଚି ଡାକ୍ତରଙ୍କୁ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା ଭଟଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଅଛି। ପୂର୍ବରୁ ସେ ଅସୁସ୍ଥ ଥିବାବେଳେ ସୋମବାର ସକାଳୁ ହଠାତ୍‌ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିଥିଲା। ଫଳରେ ପରିବାରବର୍ଗ ଓ ସଂପର୍କୀୟ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏବେ ତାଙ୍କର ଚିକିତ୍ସା ଜାରି ରହିଛି। ପୂର୍ବାପେକ୍ଷା ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ତାଙ୍କ ସଂପର୍କୀୟ ସନ୍ତୋଷ ସିଂ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29 ° C
    29 °
    29 °
    69 %
    1.5kmh
    12 %
    Tue
    31 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ