Friday, May 9, 2025
38.3 C
Odisha

    ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ଇରାନ ଉପରେ ମିସାଇଲ ମାଡ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି । ହିଜବୁଲ୍ଲା ମୁଖ୍ୟ ହସନ ନସରୁଲ୍ଲାର ମୃତ୍ୟୁ ପରେ ଇରାନ ଇସ୍ରାଏଲ ଉପରେ ଶହ ଶହ ମିସାଇଲ ମାଡ କରିଥିଲା । ଆକ୍ରମଣର ୨୪ ଦିନ ପରେ ଏହି ଆକ୍ରମଣର ପ୍ରତିଶୋଧ ନେଇଛି ଆଇଡିଏଫ ।
    ଇରାନର ରାଜଧାନୀ ତେହେରାନର ନିକଟବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ରାତିରେ ୫ଟି ସ୍ଥାନ ବଡ଼ ବିସ୍ଫୋରଣ କରାଯାଇଛି । ଇରାନର ସାମରିକ ବେସକୁ ମଧ୍ୟ ଟାର୍ଗେଟ କରିଛି ଇସ୍ରାଏଲ । ଇରାନର କ୍ରମାଗତ ଆକ୍ରମଣର ଜବାବରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାମରିକ ଟାର୍ଗେଟ ଉପରେ ଆକ୍ରମଣ କରୁଛି ବୋଲି ଆଇଡିଏଫ କହିଛି ।
    ସେପଟେ ରାଜଧାନୀ ତେହେରାନରେ ପରିସ୍ଥିତି ସ୍ବାଭାବିକ ଥିବା ଇରାନ କହିଛି । ଏହି ଆକ୍ରମଣରେ ଇରାନର କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାର ରିପୋର୍ଟ ସାମ୍ନାକୁ ଆସିନାହିଁ । ଆଇଡିଏଫ ଦ୍ବାରା ହିଜବୁଲ୍ଲା ମୁଖ୍ୟ ହସନ ନସରୁଲ୍ଲାର ହତ୍ୟା ପରେ ଆକ୍ରମଣାତ୍ମକ ହୋଇପଡିଛି ଇରାନ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.3 ° C
    38.3 °
    38.3 °
    20 %
    2.4kmh
    68 %
    Fri
    40 °
    Sat
    40 °
    Sun
    39 °
    Mon
    42 °
    Tue
    42 °

    ସମ୍ବନ୍ଧିତ