Sunday, July 6, 2025
23.9 C
Odisha

    ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବାବେଳେ ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଦ୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା,ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହା ସହ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣିଂ ଜାରି କରାଯାଇଛି। ୯ ତାରିଖରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଏଥିପାଇଁ ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱର୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ପୁରୀ, କଟକକୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର,ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    23.9 ° C
    23.9 °
    23.9 °
    95 %
    2.2kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    24 °
    Wed
    24 °

    ସମ୍ବନ୍ଧିତ