Monday, October 5, 2026
23.3 C
Odisha

    ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ

    ଆଗକୁ ପଢନ୍ତୁ

    ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।

    ପ୍ରବଳ ବର୍ଷକୁ ଦୃଷ୍ଟିରେ ରଖି ଅଗ୍ନିଶମ ଏବଂ ଓଡ୍ରାଫ ଟିମ୍ କୁ ସଜାଗ ରହିବାକୁ କୁହାଯାଇଛି। ବର୍ଷା ସମୟରେ ଲୋକମାନଙ୍କୁ ଘରେ ରହିବାକୁ କହିଛନ୍ତି ଜିଲାପାଳ। କଚ୍ଚା ଘର ଥିଲେ ଲୋକମାନେ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କୁହାଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗିି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟର ଉପକୂଳ ଓ ଦକ୍ଷିଣ ଭାଗ ସମେତ ୧୧ଟି ଜିଲାରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲାର କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ରବିବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    74 %
    1.7kmh
    0 %
    Sun
    23 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ