Sunday, October 4, 2026
28.6 C
Odisha

    ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଇଁ ବିଜେଡ଼ି ପକ୍ଷରୁ ବ୍ୟାପକ ପ୍ରସ୍ତୁତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଆସନ୍ତାକାଲି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ରାଷ୍ଟ୍ରବାଦୀ ନେତା ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜୟନ୍ତୀ । ଏହାକୁ ବିଜୁ ଜନତା ଦଳ ପକ୍ଷରୁ ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ଯ ସ୍ତରରେ ମହାସମାରୋହରେ ପାଳନ କରାଯିବ । ପ୍ରଭାତରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯିବ। ସେହିପରି ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ ତରଫରୁ ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ଆୟୋଜନ କରାଯାଉଛି । ଅପରାହ୍ନରେ ସାଧାରଣ ସଭା ଆୟୋଜନ କରାଯିବ। ନିଃସ୍ୱାର୍ଥପର ଲୋକସେବାର ପ୍ରତୀକ, ପ୍ରବାଦ ପୁରୁଷ, ମହାନ ରାଷ୍ଟ୍ରନୀତିଜ୍ଞ ତଥା ସ୍ୱାଧୀନତା ସଂଗ୍ରାମୀ ବିଜୁବାବୁଙ୍କର ଆମ ଦେଶ ତଥା ଜାତି ପ୍ରତି ଅମୂଲ୍ୟ ଅବଦାନ, ସଶକ୍ତ ଏବଂ ପୂର୍ଣ ବିକଶିତ ଓଡ଼ିଶା ନିର୍ମାଣ ଦିଗରେ ତାଙ୍କର ଅବିଶ୍ରାନ୍ତ ସଂଗ୍ରାମ ବିଷୟରେ ସବିଶେଷ ଆଲୋଚନା କରାଯିବ। ଉପସ୍ଥିତ ସମସ୍ତ ସଦସ୍ୟ ଏକ ‘ସମୃଦ୍ଧ, ସଶକ୍ତ, ନବୀନ ଓଡ଼ିଶା ଗଠନ ନିମନ୍ତେ ଶପଥ ଗ୍ରହଣ କରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ