Thursday, April 16, 2026
42.3 C
Odisha

    ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ପ୍ରବଳ ବର୍ଷା ହେବାନେଇ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୪ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଏବଂ କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ।ଅସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ୧୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ପ୍ରକାଶ ପାଇଛି। ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ଏବଂ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୧୬ ତାରିଖରେ ମଧ୍ୟ ସେହି ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରକୋପ ରହିପା‌ରେ। ପରବର୍ତ୍ତୀ ସମୟରେ ବର୍ଷା ପରିମାଣ ବଢ଼ିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    42.3 ° C
    42.3 °
    42.3 °
    12 %
    4.4kmh
    2 %
    Thu
    43 °
    Fri
    43 °
    Sat
    43 °
    Sun
    44 °
    Mon
    44 °

    ସମ୍ବନ୍ଧିତ