Tuesday, April 21, 2026
28.3 C
Odisha

    ବଢ଼ିଲା ଶ୍ରୀମନ୍ଦିର ସୁରକ୍ଷା: ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ । ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୋଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

    ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି । ଦିନକୁଦିନ ଶ୍ରମନ୍ଦିରରେ ଭକ୍ତଙ୍କ ସଂଖ୍ୟାବୃଦ୍ଧି ସରକାର ଓ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ପାଲଟିଛି । ତେଣୁ ଆଗକୁ ଦର୍ଶନ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣି ଶୃଙ୍ଖଳିତ ଓ ସୁରକ୍ଷିତ ଦର୍ଶନ ଯୋଗାଇଦେବାକୁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ । ବାଟାଲିୟନରେ ଅଭିଜ୍ଞତା ଥିବା ପୋଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ । ରାଜ୍ୟ ଶସସ୍ତ୍ର କ୍ୟାଡରର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର , ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବ।
    ତେବେ ଏହି ସୁରକ୍ଷା ବାହିନୀ ଆଣ୍ଟି ଟେରରିଷ୍ଟ ଅପରେସନ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ,ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା’ ମନ୍ଦିର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ । ୧୦୮୩ ଜଣଙ୍କୁ ନିଯୁକ୍ତି ଦେବାକୁ ପୂର୍ବରୁ ଯୋଜନା ହୋଇଥିଲେ ହେଁ ଏବେ ଏହି ସଂଖ୍ୟା ୧୨ ଶହରୁ ଊର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି। ଆଗକୁ ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ରାଜ୍ୟ ସରକାର ଯୋଜନା କରିବାକୁ ଯାଉଥିବା ବେଳେ ଏହି ସଶସ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଫଳପ୍ରଦ ହେବ ବୋଲି ମତ ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.3 ° C
    28.3 °
    28.3 °
    34 %
    1.1kmh
    71 %
    Tue
    42 °
    Wed
    43 °
    Thu
    43 °
    Fri
    44 °
    Sat
    43 °

    ସମ୍ବନ୍ଧିତ