ଖବରଦେଶ-ବିଦେଶ ବଦଳିବ PMO ର ଠିକଣା, ପବିତ୍ର ମକର ସଂକ୍ରାନ୍ତିରେ ନୂଆ ଅଫିସକୁ ସ୍ଥାନାନ୍ତର By Hemant January 13, 2026 6 0 ଆଗକୁ ପଢନ୍ତୁ ରଜତ ପାଟିଦାର ହେଲେ RCBର ଅଧିନାୟକ, ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧ ଜୁସ୍ ପିଇବା ଅପେକ୍ଷା ଫଳ ଖାଇବାକୁ କାହିଁକି ପରାମର୍ଶ ଦିଅନ୍ତି ଡାକ୍ତର ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଲାଗି ରହୁଛି ପିଲାଙ୍କୁ ଜ୍ଵର, ହାଲିଆ ହେବା ସହ ହେଉଛି ଆଣ୍ଠୁ, ଗଣ୍ଠି ବିନ୍ଧା, ହୋଇପାରେ କ୍ୟାନ୍ସରର ଲକ୍ଷଣ Hemant ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଅଫିସ୍ ପ୍ରସ୍ତୁତ । ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାଉଥ ବ୍ଳକରୁ ଏହି ନୂଆ ଅଫିସକୁ ସ୍ଥାନାନ୍ତର ହେବ ବୋଲି କୁହାଯାଉଛି । ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ ମସିହାରୁ ପିଏମ୍ଓ ସାଉଥ୍ ବ୍ଳକରେ କାର୍ଯ୍ୟକ୍ଷମ ହୋଇଆସୁଥିଲା । ନୂଆ ଅଫିସର ଠିକଣା ସେବାତୀର୍ଥ ରଖାଯାଇଛି । ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ଏହାର ନିର୍ମାଣ କରାଯାଇଛି । ଏହି କମ୍ପ୍ଲେକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କେନ୍ଦ୍ରୀୟ ସଚିବାଳୟ ଏବଂ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ରହିଛି । ପ୍ରତିଟି କାର୍ଯ୍ୟାଳୟ ପାଇଁ ପୃଥକ ବିଲ୍ଡିଂ ନିର୍ମାଣ କରାଯାଇଛି । ପିଏମ୍ ଓ ଯେଉଁ କମ୍ପ୍ଲେକ୍ସରେ ରହିବ ତାହାର ନାମ ରଖାଯାଇଛି ସେବାତୀର୍ଥ-୧ । ସେଠାରେ ରହିଛି ଅତ୍ୟାଧୁନିକ କାର୍ଯ୍ୟସ୍ଥଳ ଓ ଭବ୍ୟ ସମାରୋହ ପ୍ରକୋଷ୍ଠ । ୨ ଲକ୍ଷ ୨୬ ହଜାର ୨୦୩ ବର୍ଗଫୁଟ ଜମିରେ ପରିବ୍ୟାପ୍ତ ଏହି ସେବାତୀର୍ଥ ନିର୍ମାଣରେ ମୋଟ ୧ହଜାର ୧୮୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେବାତୀର୍ଥ-୨ରେ କ୍ୟାବିନେଟ ସଚିବାଳୟ ରହିଛି ଯାହାକି ଗତବର୍ଷ ସେପ୍ଟେମ୍ବରରୁ ସେଠାରେ କାର୍ଯ୍ୟକ୍ଷମ ହୋଇସାରି ଛି। ସେବାତୀର୍ଥ-୩ରେ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ଅଫିସ୍ ଓ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ରହିବ । ସାଉଥ୍ ଓ ନର୍ଥ ବ୍ଳକରୁ ସବୁ ସରକାରୀ ଅଫିସ ହଟିବା ପରେ ତାକୁ ସର୍ବସାଧାରଣ ସଂଗ୍ରହାଳୟରେ ପରିଣତ କରାଯିବ । Continue Reading ଖବରଦେଶ-ବିଦେଶ Tagschange PMOnational Share FacebookTwitterPinterestWhatsApp Previous articleଉତ୍ତରାଖଣ୍ଡରେ ଭୂକମ୍ପ ଝଟକା, ତୀବ୍ରତା ୩.୫Next articleଭଙ୍ଗାଯିବ ନ ତାଲା, ସେଚ ସଦନ ଓ ରାଜୀବ ଭବନ : ପୂର୍ତ୍ତମନ୍ତ୍ରୀ ଅନ୍ୟାନ୍ୟ ଖବର ରଜତ ପାଟିଦାର ହେଲେ RCBର ଅଧିନାୟକ, ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧ ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଟ୍ରିପଲ ମର୍ଡର ଘଟଣା: ଅଭିଯୁକ୍ତ ଗିରଫ ୧୬ରେ ବିଧାନସଭା ବୈଠକ ବନ୍ଦ ୧୫ରୁ ଜାତୀୟ ୟୁଥ୍ ଭଲିବଲ ଚମ୍ପିଆନସିପ୍ ପାଣିପାଗ Odisha clear sky enter location 38.1 ° C 38.1 ° 38.1 ° 9 % 4.3kmh 0 % Sat 37 ° Sun 38 ° Mon 38 ° Tue 38 ° Wed 38 ° ସମ୍ବନ୍ଧିତ ରଜତ ପାଟିଦାର ହେଲେ RCBର ଅଧିନାୟକ, ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧ ୧୬ରେ ବିଧାନସଭା ବୈଠକ ବନ୍ଦ ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନର 22ତମ କିସ୍ତି ୧୫ରେ ବିସିସିଆଇର ବାର୍ଷିକ ପୁରସ୍କାର ‘ନମନ ’ ଗିଲ୍ ଶ୍ରେଷ୍ଠ କ୍ରିକେଟର ଦ୍ରାବିଡ଼ଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର
ସେବାତୀର୍ଥ-୨ରେ କ୍ୟାବିନେଟ ସଚିବାଳୟ ରହିଛି ଯାହାକି ଗତବର୍ଷ ସେପ୍ଟେମ୍ବରରୁ ସେଠାରେ କାର୍ଯ୍ୟକ୍ଷମ ହୋଇସାରି ଛି। ସେବାତୀର୍ଥ-୩ରେ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ଅଫିସ୍ ଓ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ରହିବ । ସାଉଥ୍ ଓ ନର୍ଥ ବ୍ଳକରୁ ସବୁ ସରକାରୀ ଅଫିସ ହଟିବା ପରେ ତାକୁ ସର୍ବସାଧାରଣ ସଂଗ୍ରହାଳୟରେ ପରିଣତ କରାଯିବ ।