Wednesday, March 18, 2026
23.1 C
Odisha

    ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଡ଼ିଜିଟାଲ କପି ଉନ୍ମୋଚିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ ଥିଲା। ସେତେବେଳେ ଓଡ଼ିଆ ଭାଷାର ଆଉ ଏକ ସମସ୍ଯା ଥିଲା। ଯଦିଓ ଓଡ଼ିଆ ଭାଷା ଓ ସାହିତ୍ଯକୁ ଅନେକ ସାରସ୍ଵତ ସାଧକ ଋଦ୍ଧିମନ୍ତ କରିଥିଲେ, ତାହା ସାଧାରଣ ଜନତାଙ୍କ ଭାଷା ରୂପେ ଆଦୃତ ହୋଇପାରିନଥିଲା। କାରଣ, ଲିଖିତ ଓଡ଼ିଆ ଭାଷାର ଗଠନ, ଉଚ୍ଚାରଣ, ଲିଖନ ଏବଂ ଶୁଦ୍ଧତା ନିଶ୍ଚିତ ଭାବେ ଜଟିଳ ଥିଲା। ତେଣୁ, ଏତେ ସଂଖ୍ୟକ ଲୋକଙ୍କୁ ଶିକ୍ଷାଦାନ କରିବା ପାଇଁ ହେଲେ ପ୍ରଥମେ ଭାଷାକୁ ସରଳ ଭାବେ, ବୋଧଗମ୍ୟ ଭାବେ ପ୍ରସ୍ତୁତ କରିବାକୁ ହେବ। ଏହା ସହିତ ଭାଷାର ନିଜତ୍ଵ, ମୂଳ ସ୍ୱରୂପକୁ ରଖିବାକୁ ପଡ଼ିବ। ତେଣୁ, ଏହାର ସମାଧାନ କରିବା ପାଇଁ ଲେଖା ହୋଇଥିଲା ‘ବର୍ଣ୍ଣବୋଧ’। ଏହାର ରଚୟିତା ଭକ୍ତକବି ମଧୁସୂଦନ ରାଓ, ଅତି ଚମତ୍କାର ଭାବେ ଅକ୍ଷର, ବର୍ଣ୍ଣ, ଯୁକ୍ତାକ୍ଷର, ଶବ୍ଦ, ଶବ୍ଦ ଗଠନ, ବାକ୍ୟ ଗଠନକୁ କିପରି ସରଳ ଭାବେ କୋମଳମତି ଛାତ୍ରଛାତ୍ରୀଙ୍କୁ ଶିଖାଇ ହେବ ଏହି ପୁସ୍ତକରେ ପ୍ରତିପାଦିତ କରିଛନ୍ତି।ଶ୍ରୀ ମାଝୀ କହିଛନ୍ତି, ବର୍ଣ୍ଣବୋଧର ଭାଷା ଅତ୍ୟନ୍ତ ସହଜ ଓ ସରଳ। ପଶୁ, ପକ୍ଷୀ, ସକାଳ, ସନ୍ଧ୍ୟା, ଆଖପାଖର ଦୃଶ୍ୟ ଭଳି ସହଜ ଉଦାହରଣ ସବୁ ଦେଇ, ସେ କୋମଳ ମନକୁ ଆକର୍ଷିତ କରିଥିଲେ। ଏହି ବହିଟି ଅତି କମ୍‍ ଦିନରେ ପ୍ରତ୍ୟେକ ଓଡ଼ିଆ ପରିବାରର ଅଂଶ ପାଲଟିଗଲା। ୧୮୯୫ରେ ବହିଟି ପ୍ରଥମେ ପ୍ରକାଶିତ ହୋଇଥିଲା। ଏହାର ଲୋକପ୍ରିୟତା ଏହି କଥାରୁ ଅନୁମେୟ ଯେ ୧୮୯୫ ରୁ ୧୯୦୧ ଭିତରେ ବହିର ଆଠଟି ସଂସ୍କରଣ ହୋଇ ସାରିଥିଲା

    ଏହାକୁ ଆହୁରି ଅଧିକ ପ୍ରଚାର ପ୍ରସାର କରିବା ପାଇଁ ଓଡ଼ିଆ ଭାଷା ପ୍ରତିଷ୍ଠାନ ଦ୍ଵାରା ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣ ପ୍ରକାଶ କରିବା ଅତ୍ୟନ୍ତ ଆନନ୍ଦର ବିଷୟ। ମୂଳ ଲେଖାକୁ ପରିବର୍ତ୍ତିତ ନ କରି ଅବିକଳ ଛାପିବା ଦ୍ଵାରା ଏହାର ଭାବ, ଭାଷାକୁ ସମ୍ମାନ ଦିଆଯାଇଛି। ମୁଁ ଆଶା କରୁଛି, ଆମର କୁନି କୁନି ପିଲାମାନଙ୍କୁ ଏହି ପୁସ୍ତକ ଖୁବ୍‍ ଭଲ ଲାଗିବ। ଓଡ଼ିଆ ଭାଷାକୁ ସହଜରେ ଶିଖିବା ପାଇଁ ଏହା ସେମାନଙ୍କ ପକ୍ଷରେ ସହାୟକ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.1 ° C
    23.1 °
    23.1 °
    49 %
    1.3kmh
    87 %
    Wed
    35 °
    Thu
    35 °
    Fri
    36 °
    Sat
    34 °
    Sun
    36 °

    ସମ୍ବନ୍ଧିତ