Sunday, March 8, 2026
28.4 C
Odisha

    ବାତ୍ୟା ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ଆସନ୍ତା ୨୩ ତାରିଖରେ ଏହି ସାମୁଦ୍ରକ ଘୂର୍ଣ୍ଣିଝଡ଼ ଏକ ପୂର୍ଣ୍ଣାଙ୍ଗ ବାତ୍ୟାର ରୂପ ନେବ ଓ ଭୂ-ଭାଗ ଆଡ଼କୁ ମୁହାଁଇବ। ତେବେ ବର୍ତ୍ତମାନ ସୁଦ୍ଧା ଯାହା ସ୍ଥିତି ରହିଛି ଏହି ସାମ୍ଭବ୍ୟ ବାତ୍ୟାଟି ପାରାଦୀପରୁ ବାଲେଶ୍ବର ମଧ୍ୟରେ ୨୪ ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ କରିପାରେ। ଅତି ଭୀଷଣ ବାତ୍ୟାର ରୂପ ନେବ ‘ଦାନା’ ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଉପକୂଳ ଓଡ଼ିଶାରେ ଏହା ତାଣ୍ଡବ ରଚିବ ବୋଲି କୁହାଯାଉଛି। ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୦୦ ରୁ ୧୫୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ବାତ୍ୟାକୁ ନେଇ ଓଡ଼ିଶା ସରକାର ସତର୍କ ହୋଇଯାଇଛନ୍ତି। ବାତ୍ୟା ପାଇଁ ଆଲର୍ଟ ମୋଡ଼କୁ ଆସିଛି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ। ବାତ୍ୟା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ। ଯେଉଁଠାରେ ବାତ୍ୟାର ଗତିପଥ ଉପରେ ତୀକ୍ଷଣ ନଜର ରଖୁଛି କଣ୍ଟ୍ରୋଲ ରୁମ। ସେହିପରି ପ୍ରଭାବିତ ହେବାକୁ ଥିବା ଜିଲ୍ଲାର କାର୍ଯ୍ୟ ଉପରେ ନଜର ରଖିଛି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଖୋଲିଥିବା କଣ୍ଟ୍ରୋଲ ରୁମ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.4 ° C
    28.4 °
    28.4 °
    52 %
    3.1kmh
    89 %
    Sun
    29 °
    Mon
    37 °
    Tue
    38 °
    Wed
    39 °
    Thu
    40 °

    ସମ୍ବନ୍ଧିତ