Wednesday, April 15, 2026
27.1 C
Odisha

    ବାତ୍ୟା, ୨୪ରେ କରିବ ଲ୍ୟାଣ୍ଡଫଲ’ ! ସ୍ପଷ୍ଟ କଲା ଆଇଏମଡି

    ଆଗକୁ ପଢନ୍ତୁ

    ଆସୁଛି ବାତ୍ୟା । ସ୍ପଷ୍ଟ କଲା ଆଇଏମଡି । ‘୨୩ରେ ବାତ୍ୟା, ୨୪ରେ କରିବ ଲ୍ୟାଣ୍ଡଫଲ’ । ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା । ଏନେଇ IMD ପକ୍ଷରୁ ଜାରି ହେଲା ସୂଚନା । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ । ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ ।

    ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର। ବଙ୍ଗୋପାସାଗରରେ ଦାନା ବାନ୍ଧୁଛି ସାଇକ୍ଲୋନ। ଆଣ୍ଡାମାନ ସାଗରରେ ବର୍ତ୍ତମାନ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ୨୪ ଘଂଟାରେ ବଙ୍ଗୋସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ। ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ଆଣ୍ଡାମାନ ସାଗର। ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡିର ଆକଳନ ଅନୁଯାୟୀ ୨୩ ତାରିଖରେ ହେବ ବାତ୍ୟା, ୨୪ ସକାଳେ ଏହା ଲ୍ୟାଣ୍ଡଫଲ କରିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛିି। ୨୨ ତାରିଖ ସକାଳ ସୁଦ୍ଧା ଏହା ଅବପାତର ରୂପ ନେବ, ୨୩ ତାରିଖରେ ଏହା ବାତ୍ୟାର ରୂପ ନେବା ନେଇ ଭାରତୀୟ ପାଣିପାଗ ପକ୍ଷରୁ ସୂଚନା ମିଳିଛି। ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ଗତି ଓ ସ୍ଥିତିକୁ ଦୃଷ୍ଟିରେ ରଖି ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ସେନେଇ ଚିତ୍ର ସ୍ପଷ୍ଟ ହେବ ବୋଲି ବିଭିନ୍ନ ପାଣିପାଗ ମଡେଲ ପକ୍ଷରୁ ଆକଳନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    55 %
    2kmh
    0 %
    Tue
    27 °
    Wed
    42 °
    Thu
    44 °
    Fri
    44 °
    Sat
    43 °

    ସମ୍ବନ୍ଧିତ