Wednesday, April 8, 2026
37.8 C
Odisha

    ବାଦ୍ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା,ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାଦ୍ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।  ଆସନ୍ତା ୨୨ ଓ ୨୩ ତାରିଖରେ ବାଦ ପଡ଼ିଥିବା ୧ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ।  ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ ।  ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଥିବେ ତାଙ୍କ ପାଇଁ ପୁଣି ସୁଭଦ୍ରା ଖୋଲିବ ।

    ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ ଆସିଛି। ସେମାନଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଛନ୍ତି  ।  ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି  ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ