Sunday, September 27, 2026
22.3 C
Odisha

    ବାପାର ଛୁରାମାଡ଼ରେ ଚାଲିଗଲା ନାବାଳକ ପୁଅର ଜୀବନ

    ଆଗକୁ ପଢନ୍ତୁ

    ସୋର: ବାପାର ଛୁରା ମାଡ଼ରେ ନାବାଳକ ପୁଅର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ନେଦାମ ଗ୍ରାମର ଯୋଗେନ୍ଦ୍ର ସିଂ ତାଙ୍କ ପରିବାରକୁ ନେଇ ୬ ବର୍ଷ ଧରି ଖଇରା ଥାନା ନରମା ଗ୍ରାମରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ତାଙ୍କ ସ୍ତ୍ରୀ ମୁନି ସିଂକୁ କୌଣସି କାରଣରୁ ମାଡ଼ ମାରିଥିଲେ। ମାକୁ ରକ୍ଷା କରିବାକୁ ଯାଇ ବଡ଼ ପୁଅ ରାଜେଶ ସିଂ ପ୍ରତିବାଦ କରିଥିଲେ। ଏଥିରେ ଯୋଗେନ୍ଦ୍ର ରାଗିଯାଇ ଏକ ଛୁରାରେ ପୁଅ ରାଜେଶର ଛାତିକୁ ଆକ୍ରମଣ କରିଥିଲେ। ପରିବାର ଲୋକେ ରାଜେଶକୁ ଉଦ୍ଧାର କରି ପ୍ରଥମେ ଔପଦା ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତରଙ୍କ ଅନୁପସ୍ଥିତି ଥିବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ହତ୍ୟାକାରୀ ବାପା ଯୋଗେନ୍ଦ୍ର ଫେରାର ଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.3 ° C
    22.3 °
    22.3 °
    94 %
    1.1kmh
    12 %
    Sun
    29 °
    Mon
    30 °
    Tue
    30 °
    Wed
    29 °
    Thu
    30 °

    ସମ୍ବନ୍ଧିତ