Friday, March 20, 2026
21.4 C
Odisha

    ବିଧାନସଭାରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକଙ୍କ ପାଇଁ ପେନସନ୍‌

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :   ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍‌ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି।  ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଂଗଠନ ପକ୍ଷରୁ ସାମ୍ବାଦିକମାନଙ୍କୁ ପେନସନ୍‌ ଦେବା ପାଇଁ ସରକାରଙ୍କ ନିକଟରେ ଅନୁରୋଧ ମିଳିଛି। ଏହି ପ୍ରସ୍ତାବ ଉପରେ ସରକାର ବିଚାର କରୁଛନ୍ତି।

    ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ପ୍ରିଣ୍ଟ୍‌, ଇଲେକ୍ଟ୍ରୋନିକ୍‌, ଡିଜିଟାଲ୍ ଓ ୱେବ୍ ମିଡିଆରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କୁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ସ୍ୱାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦିଆଯାଉଛି।ଏହି ଯୋଜନା ଅଧୀନରେ କାର୍ଯ୍ୟରତ ସାମ୍ବାଦିକ ଏବଂ ତାଙ୍କ ପରିବାର ଏମ୍‌ପ୍ୟାନେଲ୍‌ଡ ହସ୍ପିଟାଲ୍‌ରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ଲେସ୍‌ ଚିକିତ୍ସା ସୁବିଧା ପାଇପାରୁଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    60 %
    0.9kmh
    100 %
    Fri
    33 °
    Sat
    33 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ