Wednesday, February 18, 2026
32.5 C
Odisha

    ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ। ସୂଚନାଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଗଲା। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହେଲା । ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟର ଡ୍ରିଙ୍କ ଫ୍ରମ ଟ୍ଯାପ କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ମିଳିଲା ବୋଲି ସେ କହିଥିଲେ । ରାଜ୍ୟରେ ଗ୍ଲୋବାଲ ଷ୍ଟାଣ୍ଡାର୍ଡର ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.5 ° C
    32.5 °
    32.5 °
    17 %
    3.2kmh
    0 %
    Wed
    31 °
    Thu
    34 °
    Fri
    35 °
    Sat
    37 °
    Sun
    36 °

    ସମ୍ବନ୍ଧିତ