Thursday, April 16, 2026
29.3 C
Odisha

    ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତଙ୍କ ୯୫ ବର୍ଷ ବୟସରେ ପରଲୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ପଦ୍ମଶ୍ରୀ ମାୟାଧର ପ୍ରଧାନ ଆଉ ନାହାନ୍ତି। ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥି ସହିତ ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ।

    ମାୟାଧର ରାଉତ କଟକ ଜିଲ୍ଲାରେ ୧୯୩୦ ମସିହା ଜୁଲାଇ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ। ବଡ଼ଭାଇ ହରିହର ରାଉତଙ୍କ ପ୍ରଭାବରେ ସେ ପିଲାବେଳୁ ନାଟକ ଓ ନୃତ୍ୟ ସହିତ ଜଡ଼ିତ ହୋଇଥିଲେ। ନାଟ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ଦୁର୍ଲଭ ସିଂ, ପଙ୍କଜ ଚରଣ ଦାସ, ମୋହନ ମହାପାତ୍ର, ଯୁଧିଷ୍ଠିର ମହାମାତ୍ର, ମୋହନ ସୁନ୍ଦର ଦେବ ଗୋସ୍ୱାମୀ ଓ ଦୟାଲ ଶର୍ମା ଆଦିଙ୍କଠାରୁ ସେ ନୃତ୍ୟ, ଅଭିନୟ ଓ ମଞ୍ଚକଳା ଶିକ୍ଷା କରିଥିଲେ। ରାମ ଗୋପାଳ ମିଶ୍ରଙ୍କଠାରୁ ସେ କଥକ ନୃତ୍ୟ ଶିକ୍ଷା କରିଥିଲେ। ୧୯୫୧ ମସିହାରେ ସେ ଏକ ବୃତ୍ତିଲାଭ କରି କଳାକ୍ଷେତ୍ରକୁ ଯାଇଥିଲେ। ସେଠାରେ ସେ ରୁକ୍ମଣୀ ଦେବୀ ଅରୁଣ୍ଡଲେଙ୍କଠାରୁ ଭରତନାଟ୍ୟମ ଓଟି କେ ଚନ୍ଦୁ ପାଣିକରଙ୍କଠାରୁ କଥକଳୀ ନୃତ୍ୟ ଶିକ୍ଷା କରିଥିଲେ।

    ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥି ସହିତ ତାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ କରାଯାଇଥିଲା। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ।

    ସମ୍ମାନ ଓ ପୁରସ୍କାର

    • ପଦ୍ମଶ୍ରୀ – ୨୦୧୦
    • କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର – ୧୯୮୫
    • ସଙ୍ଗୀତ ନାଟକ ଏକାଡେମୀ ଟାଗୋର ରତ୍ନ – ୨୦୧୧
    • କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ – ୨୦୦୪
    • ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ – ୧୯୭୭
    • ସାହିତ୍ୟ କଳା ପରିଷଦ ସମ୍ମାନ – ୧୯୮୪
    • ଉତ୍କଳ ପ୍ରତିଭା ପୁରସ୍କାର – ୧୯୮୪
    • ରାଜୀବ ଗାନ୍ଧୀ ସମ୍ମାନ – ୨୦୦୩
    • ବିଜୁ ପଟ୍ଟନାୟକ ସମ୍ମାନ – ୧୯୯୩

    ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଗୁରୁ ମାୟାଧର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ତାଙ୍କ ଦେହାନ୍ତ ଓଡ଼ିଶୀ ନୃତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରଭିତ୍ତିକ ଜ୍ଞାନରେ ଆହୁରି ସମୃଦ୍ଧ କରିବା ତଥା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟର ଗରିମା ବୃଦ୍ଧି କରିବାରେ ତାଙ୍କ ଜୀବନବ୍ୟାପୀ ଅବଦାନ ଚିର ସ୍ମରଣୀୟ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

    ମାୟାଧର ରାଉତଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସେ ଲେଖିଛନ୍ତି, ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଗୁରୁ ମାୟାଧର ରାଉତ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଓଡ଼ିଶୀକୁ ଶାସ୍ତ୍ର ଭିତ୍ତିକ ଜ୍ଞାନରେ ପୁନର୍ଜୀବିତ କରିବାରେ ସେ ଅଗ୍ରଣୀ ଦାୟିତ୍ୱ ତୁଲାଇଥିଲେ। ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟର ଗରିମା ତଥା ଓଡ଼ିଶାର ଅଭିନୟ ଶବ୍ଦକୋଷକୁ ସମୃଦ୍ଧ କରିବାରେ ତାଙ୍କର ଜୀବନବ୍ୟାପୀ ଅବଦାନ ଚିର ସ୍ମରଣୀୟ ହୋଇରହିବ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.3 ° C
    29.3 °
    29.3 °
    53 %
    2.6kmh
    13 %
    Thu
    30 °
    Fri
    42 °
    Sat
    43 °
    Sun
    44 °
    Mon
    43 °

    ସମ୍ବନ୍ଧିତ