Thursday, September 18, 2025
29.2 C
Odisha

    ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ ଛାତ୍ର

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡି ୨ ଯୁକ୍ତଦୁଇ ଛାତ୍ର ନିଖୋଜ ଥିବା ଜଣାପଡିଛି । ଛାତ୍ରଦ୍ବୟ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି । ଛାତ୍ରଦ୍ବୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଓ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର । ଉଭୟ ହଷ୍ଟେଲରେ ରହି ପାଠପଢୁଥିବା ଜଣାପଡିଛି । ସୂଚନା ଥାଉକି ଗଣେଜ ପୂଜା ମୂର୍ତ୍ତି ବିସର୍ଜନ ସମୟରେ ବାରିପଦା ସଦରଥାନା ଅଧୀନ ଲକ୍ଷ୍ମୀପୋଷୀ ନିକଟ ସୁବର୍ଣ୍ଣରେଖା କେନାଲରେ ୨ଜଣ ଓଏଭି ଛାତ୍ର ବୁଡିବାର ୪ଦିନ ପରେ ପୁଣି ଏଭଳି ଘଟଣା ଚିନ୍ତାଜନକ ସାଜିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.2 ° C
    29.2 °
    29.2 °
    75 %
    0.8kmh
    85 %
    Thu
    29 °
    Fri
    31 °
    Sat
    32 °
    Sun
    30 °
    Mon
    30 °

    ସମ୍ବନ୍ଧିତ