Sunday, April 12, 2026
39 C
Odisha

    ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ

    ଆଗକୁ ପଢନ୍ତୁ

    ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଡିସେମ୍ବର ୧୨ ତାରିଖ ଯାଏଁ ରହିତାଦେଶ ଦେଇଛନ୍ତି ହାଇକୋର୍ଟ। ଶୁକ୍ରବାର ବିଡିଏ ପକ୍ଷରୁ ଏହି ଅନୈତିକ କୋଠାବାଡ଼ି ନିର୍ମାଣ ଭଙ୍ଗା ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଆଶ୍ରମ କର୍ତ୍ତୃପକ୍ଷ। ଯାହା ଉପରେ କୋର୍ଟ ତୁରନ୍ତ ଶୁଣାଣି କରି ରହିତାଦେଶ ଲାଗୁ ହୋଇଛି। ସୂଚନାଯୋଗ୍ୟ ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ସରକାରୀ ଜମିରେ ଆଶ୍ରମ ନିର୍ମାଣ ହୋଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ ହୋଇଥିଲା। ଏହି ଘଟଣା ସାମ୍ନାକୁ ଆସିବା ପରେ ପ୍ରଶାସନ ତତ୍ପରତା ଦେଖାଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ। ଜିଲାପାଳ କହିଥିଲେ ଯେ, ବୈକୁଣ୍ଠଧାମ ଆଶ୍ରମ ବେଆଇନ ଭାବେ ନିର୍ମାଣ ହୋଇଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ଘଟଣାର ତଦନ୍ତ ପାଇଁ ଭୁବନେଶ୍ବର ଉପଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେ ଟିମ୍‌ ସହ ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବେ। ତେବେ ଏହା ରାଜସ୍ବ ଅଥବା ଜିଏ ଡିପାର୍ଟମେଣ୍ଟର ଯାଞ୍ଚ ପରେ ମାମଲା ସ୍ପଷ୍ଟ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    9 %
    3.5kmh
    0 %
    Sun
    39 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ