Saturday, January 24, 2026
22.5 C
Odisha

    ଭାଇରାଲ ରୋକିବ ମାଟ୍ରିକ୍‌ ପ୍ରଶ୍ନପତ୍ରର ନମ୍ବରିଂ, ବାରକୋର୍ଡ ବ୍ୟବସ୍ଥା!

    ଆଗକୁ ପଢନ୍ତୁ

    କଟକ: ବିଗତ କିଛି ବର୍ଷ ହେଲା ମାଟ୍ରିକ୍‌ ପରୀକ୍ଷାରେ ବିଭ୍ରାଟ ହେଉଥିବା ନେଇ ଖବର ଆସୁଛି। ଏହା ଦ୍ବାରା ଭଲ ଶିକ୍ଷକ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନିରାଶ ହେବାକୁ ପଡୁଛି। ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା-୨୦୨୫ର ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ‌ବୋର୍ଡ ବଡ଼ ପଦକ୍ଷେପ ନେଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଚଳିତ ଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ନମ୍ବରିଂ ବ୍ୟବସ୍ଥା କରାଯିବ। ପ୍ରଶ୍ନପତ୍ରକୁ ନମ୍ବରିଂ କରାଯିବା ସହ ଏଥିରେ ୱାଟର ମାର୍କ ଲାଗିବ। ବାର୍ କୋର୍ଡ ସହ ସିକ୍ୟୁରିଟି କୋର୍ଡ ମଧ୍ୟ ରହିବ। ଫଳରେ ପ୍ରଶ୍ନପତ୍ର ଭାଇରାଲ୍‌ ହେଲେ, କେଉଁଠୁ ହୋଇଛି ତାହା ଜଣାପଡ଼ିବ। ଏନେଇ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଦ୍ବାରା ପରିଚାଳିତ ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ହେବ। ୨୪ ତାରିଖରେ ଇଂରାଜୀ, ୨୭ ତାରିଖରେ ଗଣିତ, ମାର୍ଚ୍ଚ’ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ। ପରୀକ୍ଷାର ସମୟ ସକାଳ ୯ରୁ ପୂର୍ବାହ୍ଣ ୧୧ଟା ୩୦ ଯାଏଁ ରହିଛି। ପରୀକ୍ଷାର୍ଥୀଙ୍କୁ ଗଣିତ ପାଇଁ ଅତିରିକ୍ତ ୧୫ ମିନିଟ ସମୟ ମିଳିବ। ଅର୍ଥାତ ଗଣିତ ପରୀକ୍ଷା ପୂର୍ବାହ୍‌ଣ ୯ଟାରୁ ଆରମ୍ଭ ହୋଇ ୧୧ଟା ୪୫ମିନିଟରେ ସରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    24 %
    1.9kmh
    0 %
    Sat
    21 °
    Sun
    30 °
    Mon
    31 °
    Tue
    32 °
    Wed
    33 °

    ସମ୍ବନ୍ଧିତ