ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କାରୋନା ଟିକା

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କାରୋନା ଟିକା
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କାରୋନା ଟିକା

ଭୁବନେଶ୍ୱର : କରୋନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା। ୧୮ରୁ ବର୍ଷରୁ ଉର୍ଦ୍ଧ୍ୱ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ ମାଗଣାରେ ମିଳିବ କରୋନା ଟିକା । ଏଥି ପାଇଁ ରାଜ୍ୟ ରାଜକୋଷରୁ ସରକାର ଖର୍ଚ୍ଚ କରିବେ ୨ ହଜାର କୋଟି ଟଙ୍କା । ୧୮ ବର୍ଷରୁ ୪୪ ବର୍ଷ ମଧ୍ୟରେ ପ୍ରାୟ ୨ କୋଟି ଲୋକଙ୍କୁ ମାଗଣାରେ ଟିକା ଦିଆଯିବାନେଇ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଘୋଷଣା କରିଛନ୍ତି।

ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,‘ସାରା ଭାରତ ଏବେ କଠିନ ସମୟ ଦେଇ ଗତି କରୁଛି । ମହାରାଷ୍ଟ୍ର, ଛତିଶଗଡ଼, ମଧ୍ୟ ପ୍ରଦେଶ, ଦିଲ୍ଲୀ, ଝାଡ଼ଖଣ୍ଡ ଆଦି ରାଜ୍ୟରେ ସ୍ଥିତି ଗମ୍ଭୀର ରହିଛି । ଓଡିଶା ୬ଟି ରାଜ୍ୟକୁ ଅକ୍ସିଜେନ ଯୋଗାଉଛି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ସାରା ଦେଶବାସୀ କରୋନା ବିରୋଧରେ ଲଢେଇ ଜାରି ରଖିଛନ୍ତି । ଆମେ ଏହାକୁ ପାଳନ କରିବା । କୋଭିଡ୍ ନିୟମ ମାନିବା ଏବଂ ନିଜକୁ କରୋନରୁ ରକ୍ଷା କରିବା ।’