Monday, October 5, 2026
22.4 C
Odisha

    ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ: ୨ ମାଓବାଦୀ ନିହତ, ଜଣେ ଯବାନ ସହିଦ

    ଆଗକୁ ପଢନ୍ତୁ

    ମାଲକାନଗିରି : ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ୨ ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର SP । ମାଓବାଦୀଙ୍କ ଗୁଳିରେ ଜଣେ DRG ଯବାନ ସହିଦ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏହି ଜଙ୍ଗଲ ମଧ୍ୟରେ ମାଓବାଦୀଙ୍କ ବଡ଼ ଧରଣର କ୍ୟାମ୍ପ ଚାଲିଥିବା ଖବର ପାଇ ସର୍ଚ୍ଚ ଅପରେସନ କରିଥିଲା ପୋଲିସ। ଏନକାଉଣ୍ଟରରେ ମାଓବାଦୀ ଙ୍କ ବଡ଼ କ୍ଷତି ହୋଇଥିବା ଜଣାପଡ଼ିଛି। ଏବେବି ଗୁଳିବିନିମୟ ଜାରି ରହିଛି। ସେହିପରି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ମାଓବାଦୀଙ୍କ IED ବିସ୍ପୋରଣ ହୋଇଛି । STF ଏବଂ DRG ଯବାନ ମାଓ ଦମନ ପାଇଁ କମ୍ବିଂ ଅପରେସନରେ ଯାଇଥିବା ବେଳେ ମାଓବାଦୀ କରିଥିଲେ IED ବିସ୍ପୋରଣ । ଏହି ଘଟଣା ପରେ ଅବୁଝମାଡ଼ ଜଙ୍ଗଲରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ