Wednesday, September 9, 2026
24.2 C
Odisha

    ମିଛ କାହାଣୀ କହି ବିଜେପି ଆଜି ସରକାରକୁ ଆସିଛି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବୁଧବାର ଠାରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡଗଡ଼ ବ୍ରିଟ୍‌ କଲୋନୀ ସ୍ଥିତ ନେତାଜୀ ଖେଳ ପଡିଆରୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ ଜନସଭାକୁ ସମ୍ଭୋଧିତ କରିବା ବେଳେ ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ।
    ବିଜେପି ସରକାର ଗଠନ କରିବା ପରେ ଗତ ୩ ମାସ ମଧ୍ୟରେ ଶାନ୍ତି ପ୍ରିୟ ରାଜ୍ୟ ଓଡ଼ିଶା କିପରି ଅଶାନ୍ତିର ଚରମ ସୀମାରେ ପହଂଚିଲାଣି ତାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ନବୀନ। ନବୀନ କହିଛନ୍ତି ୨୪ ବର୍ଷ ଶାସନକାଳ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ କ୍ଷେତ୍ରରେ ବହୁ ବିକାଶ ହୋଇଛି। ତୃଣମୂଳ ସ୍ତରରେ ଓଡ଼ିଶାର ପ୍ରତିଟି ଲୋକଙ୍କୁ ସ୍ୱାବଲମ୍ବୀ କରାଇବା ବିଜେଡିର ମୂଳ ଲକ୍ଷ୍ୟ ରହିଥିଲା। ଗତ ୨୪ ବର୍ଷ ଭିତରେ ବିଜୁ ଜନତା ଦଳ ଓଡ଼ିଶାର ବିକାଶ ପାଇଁ ବହୁତ କିଛି କରିଛି । ଡବଲ ଇଂଜିନ ସରକାର ଶାସିତ ରାଜ୍ୟଙ୍କଠାରୁ ଓଡ଼ିଶା ଢେର ଆଗରେ ରହିଥିଲା । ବିଜେଡି ସରକାରର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦ୍ୱାରା କୋଟି କୋଟି ଲୋକ ଉପକୃତ ହୋଇଛନ୍ତି । ବର୍ତ୍ତମାନ ସରକାର ସେହି ଯୋଜନାର ନାମ ବଦଳାଇ ଦେଇଛନ୍ତି । ଆପଣ ଯୋଜନାର ନାମ ବଦଳାଇ ଦେଇ ପାରିବେ କିନ୍ତୁ ଇତିହାସ ବଦଳାଇ ପାରିବେ ନାହିଁ । ମିଛ କାହାଣୀ କହି ବିଜେପି କ୍ଷମତାକୁ ଆସିଛି । ଆପଣ ମାନେ ମାଗଣାରେ ୩ଶହ ୟୁନିଟ୍ ବିଜୁଳୀ ପାଉଛନ୍ତି ? କେତେ ଜଣ ମା’ ୫୦ ହଜାର ଟଙ୍କା ପାଇଲେଣି ? ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ସୁପ୍ରିମୋ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    90 %
    1.6kmh
    92 %
    Wed
    31 °
    Thu
    28 °
    Fri
    27 °
    Sat
    29 °
    Sun
    29 °

    ସମ୍ବନ୍ଧିତ