Monday, March 16, 2026
24.3 C
Odisha

    ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ଉଦବୋଧନ; ପେପର ଲିକ ଉପରେ ରଖିଲେ ମତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ମିଳିତ ଅଧିବଶେନକୁ ସମ୍ବୋଧିତ କରି ନବନିର୍ବାଚିତ ସାଂସଦମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି।

    ନିର୍ବାଚନ ଉପରେ ମତ ରଖି ରାଷ୍ଟ୍ରପତି କହିଛନ୍ତି, ଏଥର କାଶ୍ମୀର ଘାଟିରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି। ଚାରି ଦଶକରୁ ଏଠାରେ ଭୋଟିଂ ପ୍ରତିଶତ କମ୍ ରହି ଆସୁଥିଲା। ଏଥର କିନ୍ତୁ ବିରାଟ ପରିବର୍ତ୍ତନ ଆସିଛି। ମୋ ସରକାର ଉପରେ ଲୋକେ ତୃତୀୟ ଥର ଭରସା କରିଛନ୍ତି। ଲୋକେ ଜାଣିଛନ୍ତି ମୋ ସରକାର ସେମାନଙ୍କ ଆକାଂକ୍ଷା ପୂରଣ କରିପାରିବ। ସେହିପରି ଡାକ୍ତରୀ ପ୍ରବେଶିକା ପରୀକ୍ଷାକୁ ନେଇ ଚାଲିଥିବା ବିବାଦ ଉପରେ ମଧ୍ୟ ଆଲୋଚନା କରିଛନ୍ତି ରାଷ୍ଟ୍ରପତି। ପେପର୍ ଲିକ୍ ମାମଲା ଉପରେ ନିରପେକ୍ଷ ଯାଞ୍ଚ କରାଯିବ ବୋଲି ରାଷ୍ଟ୍ରପତି କହିଛନ୍ତି। ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିବଦ୍ଧ ବୋଲି କହିଛନ୍ତି ରାଷ୍ଟ୍ରପତି। ଦେଶର ଗରିବୀଠୁ ନେଇ ଶିକ୍ଷା, ବିଜ୍ଞାନ, ବାଣିଜ୍ୟ ଓ ଭବିଷ୍ୟତ ଯୋଜନା ଉପରେ ଆଲୋଚନା କରିଛନ୍ତି ରାଷ୍ଟ୍ରପତି ମୁର୍ମୁ। ଦେଶରେ ଗରିବୀ ଦୂର ହୋଇଛି, ୨୫ କୋଟି ଭାରତୀୟ ଗରିବୀରୁ ମୁକ୍ତ ହୋଇଛନ୍ତି ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି। ଏଥିସହ ଦେଶରେ ବିଜୁଳି ବିଲ୍ ଶୂନ କରିବାକୁ ସରକାର ଯୋଜନା କରୁଥିବା ସେ କହିଛନ୍ତି।ଦେଶର ଉନ୍ନତି କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ବିଷୟରେ ଆଲୋଚନା କରି ରାଷ୍ଟ୍ରପତି କହିଛନ୍ତି, ଆଗକୁ ମହିଳାମାନଙ୍କୁ ଡ୍ରୋନ୍ ପାଇଲଟ କରିବାକୁ ଉଦ୍ୟମ ଚାଲିଛି। ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ବ୍ୟାପକ ଅଭିଯାନ ଚଳାଯାଇଛି। ଉତ୍ତର-ଦକ୍ଷିଣ ଭାରତରେ ବୁଲେଟ୍ ଟ୍ରେନ୍ ଚଳାଚଳ ପାଇଁ ମଧ୍ୟ ବ୍ୟବସ୍ଥା ଚାଲିଛି ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.3 ° C
    24.3 °
    24.3 °
    44 %
    1.4kmh
    78 %
    Mon
    37 °
    Tue
    38 °
    Wed
    37 °
    Thu
    36 °
    Fri
    35 °

    ସମ୍ବନ୍ଧିତ