Wednesday, March 4, 2026
19.6 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ। ଆଲୋଚନାରୁ ଜଣାଯାଇଥିଲା ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ବେଳେ, ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ସୁରୁଖୁରୁରେ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା।  ବୈଠକରେ ଏ ସମ୍ପର୍କରେ ସମାଧାନ ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଅତ୍ୟନ୍ତ ଆବଶ୍ୟକ। ଏହାଦ୍ବାରା ରାଜ୍ୟର ଆର୍ଥିକ ବିକାଶ ହେବା ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ତେବେ, ସ୍ଥାନୀୟ ଲୋକଙ୍କ ସମସ୍ୟାର ସମାଧାନ କରାଯାଇ ସହମତି ଭିତ୍ତିରେ ଜମି ଅଧିଗ୍ରହଣ କରାଯିବ ବୋଲି ସେ କହିଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀର ଜଣେ ଉଚ୍ଚ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଲୋକଙ୍କ ସହିତ ଆଲୋଚନା ଜରିଆରେ ସବୁ ସମସ୍ୟାର ସମାଧାନ କରାଯିବ। ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍‌ଙ୍କ ସହଯୋଗ ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ କୁମାରସ୍ବାମୀ ଉଭୟଙ୍କୁ ଧନ୍ୟବାଦ ଦେଇଥିଲେ।

    ବୈଠକରେ ରାଉରକେଲାରେ ଏୟାରପୋର୍ଟ ସ୍ଥାପନ ପାଇଁ ଜମି ଯୋଗାଣ ଏବଂ ଅନ୍ୟାନ୍ୟ ବିଷୟ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, କେନ୍ଦ୍ର ଇସ୍ପାତ ସଚିବ ଶ୍ରୀ ସନ୍ଦୀପ୍ ପୋଣ୍ଡରିକ୍, ସେଲ୍‌ର ଚେୟାରମ୍ୟାନ ଶ୍ରୀ ଅମରେନ୍ଦୁ ପ୍ରକାଶ ଏବଂ ସେଲର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.6 ° C
    19.6 °
    19.6 °
    29 %
    1.2kmh
    0 %
    Wed
    35 °
    Thu
    37 °
    Fri
    37 °
    Sat
    38 °
    Sun
    36 °

    ସମ୍ବନ୍ଧିତ