Wednesday, September 16, 2026
30.2 C
Odisha

    ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ପୃଥ୍ୱୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି। ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି। ରାଜ୍ୟସରକାରଙ୍କ କଡା ଆଭିମୁଖ୍ୟ ସ୍ଵରୂପ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ ପକ୍ଷରୁ ଖୋଜି ବାହାର କରିବା ସହିତ ସମ୍ପୂର୍ଣ୍ଣ ରୂପେ ଭଙ୍ଗା ଯାଉଛି। ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ ପାଖାପାଖି ୧୦ ଟିରୁ ଉର୍ଦ୍ଧ ଭାଟିକୁ ବୁଲଡୋଜର ଯୋଗେ ସମ୍ପୂର୍ଣ୍ଣ ରୂପେ ଧୂଳିସାତ କରାଯାଇଛି। ଏଥିମଧ୍ୟରୁ କେବଳ ରାଜଧାନୀର ୫୧ ଟି ବେଆଇନ ମଦ ଭାଟିକୁ ନଷ୍ଟ କରାଯାଇଛି। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ବେଆଇନ ମଦ କାରବାର ନେଇ ୩୬୧୮ ଟି ମାମଲା ରୁଜୁ ହେବା ସହିତ ୧୫୧୯ ସ୍ଥାନରେ ଚଢ଼ାଉ କରାଯାଇ ୧୯୫୭ ଜଣକୁ ଗିରଫ କରାଯାଇଛି। ଏହି କ୍ରମରେ ୧ ଲକ୍ଷ ୮୩ ହଜାର ୬୬୯ ଲିଟର ବେଆଇନ ମଦ ଏବଂ ୧୭ ଲକ୍ଷ ୨୬ ହଜାର ୫୦୯ କେଜି ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି। ଏଥି ସହ ବେଆଇନ କାର୍ଯ୍ୟରେ ବ୍ୟବହୃତ ୧୮୩ ଟି ଗାଡିକୁ ମଧ୍ୟ ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.2 ° C
    30.2 °
    30.2 °
    68 %
    1.2kmh
    57 %
    Wed
    30 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ