Wednesday, March 18, 2026
22.7 C
Odisha

    ଯୌତୁକ ମୁକ୍ତ ରାଜ୍ୟ ହେବ ଓଡ଼ିଶା : ଉପମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାକୁ ଏକ ଯୌତୁକମୁକ୍ତ ରାଜ୍ୟ ଭାବେ ପରିପ୍ରକାଶ କରିବା ନିମନ୍ତେ ଉପଜିଲ୍ଲାପାଳଙ୍କ ତତ୍ତ୍ଵାବଧାନରେ ତୃଣମୂଳସ୍ତରରେ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା ଓ ଆଲୋଚନା ହେବାର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରିଛନ୍ତି । ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଆଇନଗୁଡିକ ପ୍ରଭାବଶାଳୀ ଭାବରେ କାର୍ଯ୍ୟକାରୀ କରିବା ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ଵ । ତେଣୁ ଉପଜିଲ୍ଲାପାଳ ଭାବରେ, ଏହି ଯୌତୁକ ନିଷେଧ ଅଧିନିୟମ, ୧୯୬୧ଆଇନକୁ କଡାକଡି ଭାବେ କାର୍ଯ୍ୟ କରିବା ସହିତ ଏହି ଆଇନର ଦୁରୂପଯୋଗକୁ ରୋକିବାରେ ଉପଜିଲ୍ଲାପାଳଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆମ ଓଡ଼ିଶାରେ ଉପଜିଲ୍ଲାପାଳ ତଥା ସବ-ଡିଭିଜନାଲ ମାଜିଷ୍ଟ୍ରେଟମାନଙ୍କୁ ଯୌତୁକ ନିଷେଧ ଅଧିକାରୀ ଭାବେ ଘୋଷଣା କରାଯାଇଛି ।

    ଏହି ଆଇନ ଅନୁଯାୟୀ ଯୌତୁକ ନିଷେଧ ଅଧିକାରୀମାନଙ୍କୁ ଯୌତୁକ ମାମଲାରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଅନୁସନ୍ଧାନ କରିବା ଏବଂ ପ୍ରମାଣ ସଂଗ୍ରହ କରିବାକୁ କ୍ଷମତା ପ୍ରଦାନ କରାଯାଇଛି। ପ୍ରତ୍ୟେକ ଅଧିନିୟମର ସଫଳତା ସଠିକ ଓ ସମୟୋଚିତ କାର୍ଯ୍ୟକାରିତା ତଥା ବ୍ୟାପକ ଜନସଚେତନତା ଉପରେ ନିର୍ଭର କରେ। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ସେ ଉପଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳାମାନଙ୍କ ସମ୍ମାନ ପାଇଁ ଏହା ଏକ ବଡ ପଦକ୍ଷେପ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲ୍ଲାର ଉପଜିଲ୍ଲାପାଳ ଯୋଗ ଦେବା ସହ ମୁଖ୍ୟ ବକ୍ତା ଭାବେ ଉଚ୍ଚ ନ୍ୟାୟାଳୟ ଆଇନଜୀବୀ ଦୀପକ ନରେନ୍ଦ୍ର ଯୋଗ ଦେଇଥିଲେ । ଯୌତୁକ ନିଷେଧ ଅଧିନିୟମ, ୧୯୬୧ପ୍ରଣୟନ କରାଯାଇଥିବା ବେଳେ ଏଥିରେ ସ୍ପଷ୍ଟ ଭାବରେ ଦର୍ଶାଯାଇଛି ଯେ ଯୌତୁକ ଦାବି, ଗ୍ରହଣ କରିବା କିମ୍ବା ଦେବା ଏକ ଦଣ୍ଡନୀୟ ଅପରାଧ। ଏହା ବିବାହ ପୂର୍ବରୁ, ବିବାହ ସମୟରେ କିମ୍ବା ବିବାହ ପରେ ପ୍ରଯୁଜ୍ୟ। ଯୌତୁକ କାର୍ଯ୍ୟରେ ସାହାଯ୍ୟ କରୁଥିବା କିମ୍ବା ଉସୁକାଉଥିବା ଲୋକଙ୍କୁ ମଧ୍ୟ ଏହି ଅଧିନିୟମ ଦଣ୍ଡିତ କରେ। ଯୌତୁକ ଦାବି କିମ୍ବା ଗ୍ରହଣ କରିବା ପାଇଁ ଦଣ୍ଡ ହେଉଛି ୫ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ଏବଂ ୧,୫୦୦୦ପର୍ଯ୍ୟନ୍ତ ଜୋରିମାନା କିମ୍ବା ଦିଆଯାଇଥିବା ଯୌତୁକର ମୂଲ୍ୟ, ଯାହା ଅଧିକ। ଏପରିକି ଯୌତୁକକୁ ପ୍ରୋତ୍ସାହିତ କରୁଥିବା ବିଜ୍ଞାପନ ମଧ୍ୟ ଏହି ଆଇନ ଅନୁଯାୟୀ ବେଆଇନ।ଯୌତୁକ ମୁକ୍ତ ହେବ ଆମ ରାଜ୍ୟ ଓଡ଼ିଶା । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    51 %
    0.8kmh
    100 %
    Wed
    35 °
    Thu
    32 °
    Fri
    35 °
    Sat
    35 °
    Sun
    36 °

    ସମ୍ବନ୍ଧିତ