ରାଜ୍ୟରେ ଆଉ ୧୬ କରୋନା ରୋଗୀ ମୃତ

ରାଜ୍ୟରେ ଆଉ ୧୬ କରୋନା ରୋଗୀ ମୃତ
ରାଜ୍ୟରେ ଆଉ ୧୬ କରୋନା ରୋଗୀ ମୃତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ପାଖାପାଖି ୧୦ ହଜାରରୁ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୧୦୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ଼ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି।